ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର ୧୧।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୫୬୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୦୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୭୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩ଜଣ, ବରଗଡ଼ ଜିଲ୍ଲାରୁ ୬୮ଜଣ, ଭଦ୍ରକ ଜିଲ୍ଲାରୁ ୩୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୩୧ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୮ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୧ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୯୦ଜଣ, ପୁରୀ ଜିଲ୍ଲାରୁ ୪୩ଜଣ, ରାୟଗଡ଼ ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୮୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୯୫୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୯୬୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୭୦୩୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ