ରାଜ୍ୟ ସ୍ୱାସ୍ଥ୍ୟ

ଓମିକ୍ରନ କମିଲେ ଆସିପାରେ ନୂଆ ଭାରିଆଣ୍ଟ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ପୂର୍ବ ଅପେକ୍ଷା ସାମାନ୍ୟ କମିଛି । ଏହାରି ମଧ୍ୟରେ ରାଜ୍ୟରେ ସଂକ୍ରମଣ ସ୍ଥିତି ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି ଯେ, ‘କୋଭିଡର କେବେ ଅନ୍ତ ହେବ ନାହିଁ । ଭାଇରସର ଗୋଟିଏ ପରେ ଗୋଟିଏ ଭାରିଆଣ୍ଟ ଆସିବ । କାରଣ ଭାଇରସ ତାର ଚରିତ୍ର ବଦଳାଇ ଥାଏ । ଓମିକ୍ରନ ପ୍ରଭାବ କମିଲେ ନୂଆ ଭାରିଆଣ୍ଟ ଆସିପାରେ । ବର୍ତ୍ତମାନ ବି କୋଭିଡ ଉପରେ ଗବେଷଣା ଚାଲିଛି । ଯେବେ କୌଣସି ଭାରିଆଣ୍ଟ ଖସେ, ସେବେ ସଂକ୍ରମଣ ତଳଉପର ହୁଏ । ବର୍ତ୍ତମାନ ସଂକ୍ରମଣ ତଳ ଉପର ହେଉଛି । ଏହାକୁ ନେଇ ଆତଙ୍କିତ ହେବାର ଆବଶ୍ୟକତା ନାହିଁ ।’

ତେବେ ଆଜି ରାଜ୍ୟରୁ ୭୪୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୩୦୬ ଓ ସ୍ଥାନୀୟ ଅଞ୍ଚଳରୁ ୩୧୨୦ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୬୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୨୫ ହଜାର ୨୬୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୪୨ ହଜାର ୧୬୧ ରହିଥିବା ବେଳେ ୭୪ ହଜାର ୫୧୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ