ଅପରାଧ ଦେଶ ବିଦେଶ

କଂଗ୍ରେସ ନେତା ନବ‌ଜୋତ ସିଦ୍ଧୁ ସିଂହଙ୍କୁ ବର୍ଷେ ଜେଲ୍‌

ନୂଆଦିଲ୍ଲୀ : କଂଗ୍ରେସ ନେତା ନବ‌ଜୋତ ସିଂହ ସିଦ୍ଧୁଙ୍କୁ ଆଜି ବଡ଼ ଝଟ୍‌କା ଲାଗିଛି। ୩ ଦଶନ୍ଧି ପୁରୁଣା ରୋଡ୍‌ ‌ରେଜ୍‌ ମାମଲାରେ ସୁପ୍ରିମକୋର୍ଟ ଗୁରୁବାର ଦିନ ସିଦ୍ଧୁଙ୍କୁ ଗୋଟିଏ ବର୍ଷ ସଶ୍ରମ ଜେଲ୍‌ ଦଣ୍ଡାଦେଶ କରିଛନ୍ତି। ୧୯୮୮ ଡିସେମ୍ବର ୨୭ରେ ସିଦ୍ଧୁ ଏବଂ ତାଙ୍କର ଜଣେ ସହଯୋଗୀ ରୁପିନ୍ଦର ସିଂହ ସନ୍ଧୁଙ୍କର ଗୁର୍‌ନାମ ସିଂହ ନାମକ ଜଣେ ବ୍ୟକ୍ତିଙ୍କ ସହ ଗାଡ଼ି ପାର୍କିଂକୁ ନେଇ ବଚସା ହୋଇଥିଲା। ଏହି ସମୟରେ ସିଦ୍ଧୁ ଏବଂ ତାଙ୍କ ସହଯୋଗୀ ୬୫ ବର୍ଷୀୟ ଗୁର୍‌ନାମ ସିଂହଙ୍କୁ ଚାପୁଡ଼ା ଓ ଧକ୍କା ମାରିଥିଲେ। ଗୁରନାମ ସିଂହଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିଲା ଏବଂ ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଆଜି ସିଦ୍ଧୁଙ୍କୁ ୧ ବର୍ଷ ସଶ୍ରମ ବର୍ଷ ଜେଲ୍‌ଦଣ୍ଡ ଦେଇଛନ୍ତି। କ୍ରୋଧରେ ସିଦ୍ଧୁ ସେତେବେଳେ ତାଙ୍କଠାରୁ ଦୁଇ ଗୁଣରୁ ଅଧିକ ବୟସର ବ୍ୟକ୍ତିଙ୍କୁ ଆକ୍ରମଣ କରିଥିଲେ ଏବଂ ଏହାର ପରିଣାମ ତାଙ୍କୁ ଭୋଗିବାକୁ ହେବ ବୋଲି କୋର୍ଟ କହିଛନ୍ତି। କୋର୍ଟଙ୍କ ରାୟ ପରେ ସିଦ୍ଧୁ ଏକ ଟ୍ବିଟ୍‌ କରି କହିଛନ୍ତି ‘ଆଇନର ମହାନତା ଆଗରେ ମୁଁ ନତମସ୍ତକ।’

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ