ରାଜ୍ୟ

କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ

ଚାନ୍ଦବାଲି ୨୬/୧୧: ଚାନ୍ଦବାଲି ବ୍ଲକ ଧାମରା କଇଥଖୋଲା ବଜାରରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୧୦ରୁ ଉର୍ଦ୍ଧ୍ୱ ଦୋକାନ ଘର ସମ୍ପୂର୍ଣ ଜଳି ପାଉଁଶ ହୋଇ ଯାଇଛି l ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥବା ବେଳେ ଗ୍ରାମବାସୀମାନେ ବହୁ ଚେଷ୍ଟା କରି ମଧ୍ୟ ନିଆଁକୁ ଆୟତ କରିପାରିନଥିଲେ । ନିଆଁ ଲାଗିବାର ୨୦ ମିନଟ ମଧ୍ୟରେ ଦୋକାନ ଘର ଗୁଡିକ ପୋଡି ସମ୍ପୂର୍ଣ ପାଉଁଶ ହୋଇଯାଇଛି ।

କୌଣସି ଦୋକାନୀ ନିଜ ଦୋକାନ ମଧ୍ୟରୁ କିଛି ସାମଗ୍ରୀ କାଢି ପାରିନଥିଲେ । ନିଆଁ ଲାଗିବାର ବହୁ ସମୟ ପରେ ଅଗ୍ନିଶମ ବାହିନୀ ସେଠାରେ ପହଂଚି ଥିଲେ ମଧ୍ୟ କିଛି ସୁଫଳ ମିଳି ନଥିଲା । ଦୋକାନ ଗୁଡିକରେ ପଚାଶ ହଜାରରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି ବୋଲି ଦୋକାନୀ ମାନେ ଅଭିଯୋଗ ଆଣିଛନ୍ତି l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।