ରାଜ୍ୟ ସ୍ପେଶାଲ ରିପୋର୍ଟ

କଟକ ଚଣ୍ଡୀମନ୍ଦିରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ଅଧିଷ୍ଠାତ୍ରୀ ଦେବୀଙ୍କ ଦର୍ଶନ କଲେ

କଟକ: କଟକ ଚଣ୍ଡୀମନ୍ଦିରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସଡ଼କ ପଥରେ ଯାଇ କଟକରେ ପହଞ୍ଚିଲେ ସେ। ସ୍ୱତନ୍ତ୍ର କାରକେଡର ସହ ରାଷ୍ଟ୍ରପତି କଟକ ଆସିଥିବାବେଳେ ପ୍ରଥମେ କଟକ ଚଣ୍ଡୀମନ୍ଦିର ପହଞ୍ଚି ମା ଚଣ୍ଡୀଙ୍କୁ ଦର୍ଶନ କରିଛନ୍ତି। ମନ୍ଦିର ନିକଟରେ ହୁଳୁହୁଳିରେ କମ୍ପିଉଠିଲା ପରିବେଶ। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ମଧ୍ୟ ମାଙ୍କର ଦର୍ଶନ କରିଛନ୍ତି। ଆଜି ମା ସୁନାବେଶରେ ଦର୍ଶନ ଦେଇଛନ୍ତି। ମନ୍ଦିରର ମୁଖ୍ୟ ପୂଜକ ମନୋଜ ପଣ୍ଡା ଉଭୟଙ୍କୁ ମନ୍ଦିରର ନୀତିକାନ୍ତି ସଂପର୍କରେ ସବିଶେଷ ସୂଚନା ସଦଇଛଥିଲେ।  ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରୋଟୋକଲ୍ ଭାଙ୍ଗି ଲୋକଙ୍କ ସହ କରମର୍ଦନ କରିଛନ୍ତି। ପରେ ରାଷ୍ଟ୍ରପତି ଶୈଳଵାଳା ମହିଳା ମହାବିଦ୍ୟାଳୟରେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ତାପରେ ନେତାଜୀ ସଂଗ୍ରହାଳୟରେ ନେତାଜୀଙ୍କୁ ମାଲ୍ୟାର୍ପଣ କରି ପରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି।

ଚଣ୍ଡୀମନ୍ଦିର ନିକଟରେ କଟକବାସୀଙ୍କ ନାହିଁ ନଥିବା ଭିଡ଼ ପରିଲକ୍ଷିତ ହୋଇଛି। ଏପରିକି ଓଡ଼ିଆ ଝିଅ ଶ୍ରୀ ମୁର୍ମୁଙ୍କୁ ଭେଟିବା ପାଇ ବେଶ ଉତ୍ସାହିତ ରହିଛନ୍ତି କଟକବାସୀ। ଏପରିକି ଛୋଟ ଠୁ ବଡ଼ ପର୍ଯ୍ୟନ୍ତ ସଭିଏଁ କିଛି ନା କିଛି ଉପହାର ସ୍ଵରୂପ ଭେଟି ନେଇ ଆସିଛନ୍ତି ରାଷ୍ଟ୍ରପତିଙ୍କ ପାଇଁ।

କଟକର ପ୍ରଫୁଲ୍ଲ ମହଲ୍ଲ ଓ ଛାତ୍ରୀ ସୋନାକ୍ଷୀ ମହାପାତ୍ର ରାଷ୍ଟ୍ରପତିଙ୍କ ଅବିକଳ ଚିତ୍ର ଆଙ୍କି ଭେଟି ଦେବାର ଆଶା ରଖିଛନ୍ତି। କଟକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି।

ରାଷ୍ଟ୍ରପତି କଟକ ଉଚ୍ଚ ନ୍ୟାୟାଳୟର ୭୫ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ‌ମହାବିଦ୍ୟାଳୟ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ଯୋଗଦେବେ। ସଂଧ୍ୟାରେ ପୁଣି ରାଜଭବନକୁ ଫେରିବେ। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସମୟରେ ଯେଭଳି କୌଣସି ତ୍ରୁଟି ନଦେଖାଯାଏ ସେ ନେଇ କମିସନରେଟ୍‌ ପୁଲିସ ପ୍ରସ୍ତୁତି କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।