ରାଜ୍ୟ

କଟକ-ଚାନ୍ଦବାଲି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ବସ୍ ସହିତ ଟ୍ରକର ମୁହାଁମୁହିଁ ଧକ୍କା, ୨ ମୃତ, ୨୦ ଗୁରୁତର

ନିଶ୍ଚିନ୍ତକୋଇଲି: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘରୋଇ ବସ୍ ସହିତ ଟ୍ରକର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪୦ ଆହତ ଓ ୨୦ ଗୁରୁତର ଥିବା ଜଣାଯାଇଛି। ଏବେ ବି ଉଦ୍ଧାର କାମ ଜାରି ରହିଛି।

ଘଟଣାରୁ ପ୍ରକାଶ ଯେ ସକାଳ ସାଢ଼େ ୭ଟାରେ ମନୋରମା ବସ ଚାନ୍ଦବାଲିରୁ କଟକ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ୧୦ ଚକିଆ ଟ୍ରକକୁ ମୁହାଁମୁହିଁ  ପିଟିଥିଲା। ଏହାଫଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିଲା। ବସରେ ଥିବା ୪୦ଜଣ ଯାତ୍ରୀ  ଆହତ ହୋଇଥିବା ଜଣାଯାଇଛି। ବସରେ ଦୁଇ ଜଣ ଡ୍ରାଇଭର୍ ବର୍ତ୍ତମାନ ଫସିକି ଅଛନ୍ତି। ଦମକଳ ବାହିନୀ ସହ ସ୍ଥାନୀୟ ପୋଲିସ ପହଞ୍ଚି ଉଦ୍ଧାର କାମ ଜାରି ରଖିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।