ରାଜ୍ୟ

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ପ୍ରକାଶିତ ମେଧା ତାଲିକା ରଦ୍ଦ

କଟକ: କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ସରକାରଙ୍କୁ ଝଟ୍‌କା ଲାଗିଛି। କନିଷ୍ଠ ଶିକ୍ଷକ ପଦରେ ନିଯୁକ୍ତି ପାଇଁ ପ୍ରକାଶିତ ମେଧା ତାଲିକାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ଏଥିସହିତ ନିଯୁକ୍ତି ନିୟମାବଳୀ ଅନୁସାରେ ଜିଲ୍ଲାୱାରୀ ସାନି ମେଧା ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ୨୦୨୩, ଜାନୁଆରି ୧୫ରେ ପ୍ରକାଶିତ ଚିଠା ମେଧା ତାଲିକା (ଡ୍ରାଫ୍ଟ ମେରିଟ୍‌ ଲିଷ୍ଟ) ଏବଂ ପରବର୍ତ୍ତୀ ସମୟରେ ମୁଦା ଲଫାପାରେ ସରକାର ହାଇକୋର୍ଟରେ ଦାଖଲ କରିଥିବା ଜିଲ୍ଲାୱାରୀ ମେଧା ତାଲିକା ଗ୍ରହଣୀୟ ହୋଇନାହିଁ। ଏଭଳି ସ୍ଥିତିରେ ପୂର୍ବରୁ ପ୍ରସ୍ତୁତ ମେଧା ତାଲିକାକୁ ହାଇକୋର୍ଟ ଅଗ୍ରାହ୍ୟ କରିବା ସହିତ କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ରହିଥିବା ନିୟମାବଳୀ ଅନୁସାରେ ଜିଲ୍ଲାୱାରୀ ସାନି ମେଧା ତାଲିକା ପ୍ରକାଶ କରିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକାଶିତ ‌ପ୍ରାର୍ଥୀଙ୍କ ମେଧା ତାଲିକା ନିୟମ ଉଲ୍ଲଂଘନ କରି ପ୍ରସ୍ତୁତ ହୋଇଥିବା ଅଭିଯୋଗକୁ ନେଇ ଚିନ୍ତାମଣି ଭୂୟାଁ ଓ ଅନ୍ୟମାନଙ୍କ ତରଫରୁ ଦାୟର ୯ଟି ମାମଲାର ଗତ ଜାନୁଆରି ୩୧ରେ ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି ଶେଷକରି ରାୟ ସଂରକ୍ଷିତ ରଖିଥିଲେ। ଆଜି ରାୟ ପ୍ରକାଶ ପାଇଛି। ଗତ ଜାନୁଆରି ୧୯ରେ ହାଇକେର୍ଟ ମାମଲାର ପ୍ରାରମ୍ଭିକ ଶୁଣାଣି କରି କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଅନ୍ତରୀଣ ଅଙ୍କୁଶ ଜାରି କରିଥିଲେ।

ନିର୍ଦ୍ଧାରିତ ତାରିଖରେ ଡକ୍ୟୁମେଣ୍ଟ ଯାଞ୍ଚ ପ୍ରକ୍ରିୟା ଜାରି ରହିପାରିବ, କିନ୍ତୁ ଚୟନ ଓ ନିଯୁକ୍ତି ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶରେ ସ୍ପଷ୍ଟ କରିଥିଲେ। ଫଳରେ, ପୂର୍ବର ମେଧା ତାଲିକାରେ ସ୍ଥାନ ପାଇଥିବା ପ୍ରାର୍ଥୀଙ୍କ ଡକ୍ୟୁମେଣ୍ଟ ଯାଞ୍ଚ ହୋଇଥିଲେ ମଧ୍ୟ ନିଯୁକ୍ତି ପ୍ରକ୍ରିୟା ଆଉ ଆଗେଇ ପାରି ନଥିଲା। ମୂଳ ଆବେଦନକାରୀ ଶ୍ରୀ ଭୂୟାଁଙ୍କ ତରଫରୁ ଆଇନଜୀବୀ ସମୀର କୁମାର ଦାସ ମାମଲା ପରିଚାଳନା କରୁଥିଲେ। ଅନ୍ୟମାନଙ୍କ ପକ୍ଷରୁ ଆଇନଜୀବୀ ଆଇନଜୀବୀ ଶଶିଭୂଷଣ ଜେନା, ଶୈଳବାଳା ଜେନା, କୁନାଳ କୁମାର ସ୍ବାଇଁ, ଗୋପାଳ ପ୍ରସାଦ ଜେନା, ଡକ୍ଟର ଜିତେନ୍ଦ୍ର କୁମାର ଲେଙ୍କା, ସ୍ବୟଂପ୍ରଭୁ ଜେନା ପ୍ରମୁଖ ମାମଲା ପରିଚାଳନା କରୁଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶରେ ଓସେପା ପକ୍ଷରୁ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍କୁଲ ଗୁଡ଼ିକରେ ପ୍ରାୟ ୨୦ ହଜାର କନିଷ୍ଠ ଶିକ୍ଷକ ପଦ ପୂରଣ ପାଇଁ ୨୦୨୩, ସେପ୍ଟେମ୍ବର ୧୦ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ୨୦୨୪, ଜାନୁଆରି ୧୫ରେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ତରଫରୁ କନିଷ୍ଠ ଶିକ୍ଷକ ପଦ ପାଇଁ ଚିଠା ମେଧା ତାଲିକା (ଡ୍ରାଫ୍ଟ ମେରିଟ୍‌ ଲିଷ୍ଟ) ପ୍ରକାଶ ପାଇଥିଲା। ହେଲେ, ନିୟମ ଉଲ୍ଲଂଘନ କରି ଚିଠା ମେଧା ତାଲିକା ପ୍ରସ୍ତୁତ କରାଯାଇଛି ବୋଲି ଅଭିଯୋଗ ହୋଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।