ରାଜ୍ୟ

କନ୍ଧମାଳକୁ ଲେଉଟିଲା ଶୀତ; ଫୁଲବାଣୀରେ ତାପମାତ୍ରା ୫.୬ ଡିଗ୍ରି ରେକର୍ଡ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଫୁଲବାଣୀ: କିଛି ଦିନର ବ୍ୟବଧାନ ପରେ ରାଜ୍ୟକୁ ଶୀତ ଲେଉଟିଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଶୀତ ବଢ଼ିଛି। ରାତି ୯ଟା ପରେ ପରଦିନ ସକାଳ ୯ଟା ପର୍ଯ୍ୟନ୍ତ ଅଧିକ ଥଣ୍ଡା ଅନୁଭୂତ ହେଉଛି। ଫୁଲବାଣୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅଧିକ ଜାଡ଼ ଅନୁଭୂତ ହେଉଛି। ଆଜି ସକାଳୁ ଫୁଲବାଣୀ ସହରରେ ସର୍ବନିମ୍ନ ତାପମାତ୍ର ୫.୬ ଡିଗ୍ରି ରେକର୍ଡ ହୋଇଛି। ଫୁଲବାଣୀ ସମେତ ପୂରା କନ୍ଧମାଳ ଜିଲ୍ଲାରେ ଶୀତଲହରୀ କାରଣରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ତାପମାତ୍ର ୧୦.୫ ଡିଗ୍ରି ରେକର୍ଡ ହୋଇଥିବା ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଉପକୂଳ ଓଡ଼ିଶାରେ ଶୀତର ପ୍ରଭାବ‌ ଯଦିଓ ସେତେ ବେ‌ଶୀ ନୁହେଁ, ତଥାପି ରାତି ୧୧ଟା ପରେ ସାମାନ୍ୟ ଥଣ୍ଡା ଅନୁଭୂତ ରହୁଛି। ରାତିରେ କାକର ପଡୁଥିବାରୁ ସକାଳ ବୁଲା ସମୟରେ ଲୋକେ ସାମାନ୍ୟ ଥଣ୍ଡାର ଅନୁଭୂତିକୁ ସାମ୍ନା କରୁଛନ୍ତି। ଆଭ୍ୟନ୍ତରୀଣ ଓଡ଼ିଶା ଯଥା ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବୌଦ୍ଧ ଜିଲ୍ଲାରେ ରାତି ତାପମାତ୍ରା ହ୍ରାସ ପାଉଥିବା ପରିଲକ୍ଷିତ ହେଉଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।