ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

କନ୍ଧମାଳରେ ବଢୁଛି କରୋନା ସଂକ୍ରମଣ, ୨୪ଘଣ୍ଟାରେ ୧୩ ପଜିଟିଭ୍ ଚିହ୍ନଟ

ଫୁଲବାଣୀ ୨୨।୭: କନ୍ଧମାଳ ଜିଲ୍ଲାରେ ବଢୁଛି କରୋନା ସଂକ୍ରମଣ । ଜିଲ୍ଲାରୁ ପୁଣି ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ମୋଟ୍ ପଜିଟିଭ୍‌ଙ୍କ ସଂଖ୍ୟା ପ୍ରାୟ ୫୦ରେ ପହଞ୍ଚିଛି । ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି କଟକଣା ନଥିବାରୁ ମାସ୍କ ପିନ୍ଧିବା, ସାମାଜିକ ଦୂରତା କଥା ସମସ୍ତେ ଭୁଲିଗଲେଣି । କେହି ବି କରୋନା କଟକଣା ମାନୁନାହାନ୍ତି l କାଁ ଭାଁ କିଏ କେମିତି ମାସ୍କ ପିନ୍ଧୁଥିବା ଦେଖାଯାଉଛି l

ଫଳରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି l ଏବେ ଶ୍ରାବଣ ମାସ ଚାଲିଛି, ବୋଲବମ୍ ଭକ୍ତଙ୍କ ଭିଡ ଜମୁଛି । ତାସାଙ୍ଗକୁ ପୁଣି ବର୍ଷା ଦିନ । ତେଣୁ ଆଗକୁ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା ରହିଛି l ଏଣୁ ପ୍ରଶାସନ ସଜାଗ ହୋଇ ଗାଁରୁ ସହର ଯାଏଁ କରୋନା ସଚେତନତା ସୃଷ୍ଟି କରିବାକୁ ଦାବି ହେଉଛି । ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ କରୋନା ସଂକ୍ରମଣ ପ୍ରତି ସତର୍କ ଦୃଷ୍ଟି ରଖିବା ଜରୁରୀ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ