ଅପରାଧ ରାଜ୍ୟ

କନ୍ଧମାଳର ବହୁ ଚର୍ଚ୍ଚିଚ ନବମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ମାମଲା, ଆଉ ୯ ଅଭିଯୁକ୍ତ ଗିରଫ

କନ୍ଧମାଳ, ୨୪/୦୭: ବହୁ ଚର୍ଚ୍ଚିତ ନବମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଫୁଲବାଣୀ ସଦର ଥାନା ପୋଲିସ ଶନିବାର ୯ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ଡକାଙ୍ଗିର ରାଜେନ୍ଦ୍ର ମଲ୍ଲିକ, ଟୁକୁନା ମଲ୍ଲିକ, ଲମ୍ବଦର ମଲ୍ଲିକ, ଅନିଲ ମଲ୍ଲିକ, ବତି ବେହେରା, ସୁକୁରୁ ମଲ୍ଲିକ, ସୁମନ ମଲ୍ଲିକ, ସାନନ୍ଦ ମଲ୍ଲିକ ଏବଂ ବିଶ୍ୱନାଥ ମଲ୍ଲିକ । ଏହା ପୁର୍ବରୁ ଅନ୍ୟ ଜଣକୁ ସଦର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା ।

ତେବେ ନବମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣା ପୂର୍ବରୁ ନାବାଳିକାକୁ ମାଡ଼ ମାରି ଲହୁ ଲୁହାଣ କରାଯିବା ଭିଡ଼ିଓ ମଧ୍ୟ ଭାଇରାଲ ହୋଇଥିଲା । ଏହାକୁ ନେଇ ଜିଲ୍ଲାରେ କଂଗ୍ରେସ, କୁଇ ସମାଜ ଏବଂ ଏବିଭିପି ପକ୍ଷରୁ ଏସ୍‌ପିଙ୍କୁ ଭେଟି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିବା ପାଇଁ ଦାବି କରାଯାଇଥିଲା ।

ଗତ ୨୧ ତାରିଖରେ ଏବିଭିପି ପକ୍ଷରୁ ଏକ ବିଶାଳ ରାଲି ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ ନ କଲେ ରାଜ୍ୟରେ ଆନ୍ଦୋଳନ କରାଯିବ ବୋଲି ଏବିଭିପି ଚେତାବନୀ ଦେଇଥିଲା । ଜିଲ୍ଲା କଂଗ୍ରେସ ଏକ ପ୍ରତିନିଧିଦଳ ଏସପିଙ୍କୁ ଭେଟି ଏହାର ସଠିକ ତଦନ୍ତ କରାଯିବା ସହ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଦାବି କରିଥିଲେ । ଏହା ସହିତ କଂଗ୍ରେସର ମୋହନl ବିଧାୟକ ତଥା କନ୍ଧମାଳ ଜିଲା ପ୍ରଭାରୀ ଦାଶରଥି ଗୋମାଙ୍ଗ ଏ ନେଇ ବିଧାନସଭାରେ ପ୍ରଶ୍ନ ଉଠାଇବା ସହିତ ତୁରନ୍‌ତ ନାବାଳିକା ପରିବାକୁ ନ୍ୟାୟ ଦେବା ପାଇଁ ଦାବି କରିଥିଲେ । ତେବେ ଏହି ଘଟଣାରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ତଦନ୍ତ କରି ସମ୍ପୃକ୍ତ ଅଭି ଯୁକ୍ତ ମାନଙ୍କୁ ଗିରଫ କରି ଛନ୍ତି l

ସୁଚନାଯୋଗ୍ୟ, ଗଉଡପଡା ଗ୍ରାମର ଜଣେ ୧୪ ବର୍ଷ ଝିଅ ଦୂତିପଡା ଲେମ୍ବୁ ବଗିଚା ହାଇସ୍କୁଲ ହଷ୍ଟେଲରେ ରହି ନବମ ଶ୍ରେଣୀରେ ପାଠ ପଢୁଥିଲେ । ସ୍କୁଲ ଛୁଟି ହେବାରୁ ସେ ତାଙ୍କ ମାଆଙ୍କ ସାଙ୍ଗରେ ଘରକୁ ଆସିଥିଲେ । ଘରେ କିଛି ଦିନ ରହିବା ପରେ ସେ ଡକାଙ୍ଗିରେ ଥିବା ସାଙ୍ଗ ଘରକୁ ଯାଇଥିଲେ । କିନ୍ତୁ ସେଠାରୁ ଆଉ ଘରକୁ ଫେରି ନ ଥିଲେ । ଦୁଇଦିନ ପରେ ଆଇଟିଆଇ ପାଖ ନିକଟସ୍ଥ ଏକ ଆମ୍ବ ଗଛରେ ତାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା । ତାଙ୍କୁ ଦୁଷ୍କର୍ମ କରିବା ପରେ ହତ୍ୟା କରାଯାଇ ଥିବା ନେଇ ପରିବାର ଲୋକେ ସଦର ଥାନାରେ ଏତଲା ଦେଇଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।