ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

କମିବାରେ ଲାଗୁଛି କରୋନା ପ୍ରକୋପ, ଆଜି ଆରୋଗ୍ୟ ହେଲେ ଆଉ ୩୮୮ ଆକ୍ରାନ୍ତ

ଭୁବନେଶ୍ଵର ୨୨।୧୨: ଶୀତ ଦିନରେ ରାଜ୍ୟରେ କରୋନା ସଂକ୍ରମଣ ବଢିବ ବୋଲି ଯେଉଁ ଆଶଙ୍କା କରାଯାଉଥିଲା ତାହା ପ୍ରାୟତଃ ଦୂର ହୋଇଛି। ଓଡିଶାବାସୀଙ୍କ ରୋଗ ପ୍ରତିରୋଧକ ଶକ୍ତି ଆଗରେ ନିଜର କାୟା ମେଲାଇ ପାରୁ ନାହିଁ ମହାମାରୀ କରୋନା। ଫଳରେ ରାଜ୍ୟରେ କରୋନାର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ୪୦୦ ତଳେ ରହୁଥିବା ବେଳେ ଅଧିକ ସଂଖ୍ୟାରେ ଆକ୍ରାନ୍ତ ଆରୋଗ୍ୟଲାଭ କରୁଛନ୍ତି। ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଘଟିଛି। ଏହା ମଧ୍ୟରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬ଟି ଜିଲ୍ଲାରୁ ୩୮୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୨, ୩୪୪କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମଙ୍ଗଳବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ବିଭାଗ ଅନୁଯାୟୀ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୭୧ ଜଣ ଆରୋଗ୍ୟ ଲାଭ କରିଛନ୍ତି। ସେହି ପରି ଖୋର୍ଦ୍ଧା ଜିଲ୍ଲାରୁ ୩୮, ଅନୁଗୁଳରୁ ୩୭, ସମ୍ବଲପୁରରୁ ୨୭, ବରଗଡରୁ ୨୬, ମୟୂରଭଞ୍ଜରୁ ୨୫, କଟକରୁ ୨୧, ବାଲେଶ୍ଵରରୁ ୨୦, ଯାଜପୁରରୁ ୧୬, ନୂଆପଡାରୁ ୧୫, ପୁରୀରୁ ୧୩, ବଲାଙ୍ଗୀରରୁ ୧୧, କେନ୍ଦୁଝରରୁ ୧୦, ଜଗତସିଂହପୁରରୁ ୮, ଗଞ୍ଜାମରୁ ୭, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୬, କେନ୍ଦ୍ରାପଡାରୁ ୬, ଭଦ୍ରକରୁ ୩, କୋରାପୁଟରୁ ୩, ନବରଙ୍ଗପୁରରୁ ୩, ନବରଙ୍ଗପୁରରୁ ୩, ବୌଦ୍ଧରୁ ୨, ଢେଙ୍କାନାଳରୁ ୨, ନୟାଗଡରୁ ୨, ଦେବଗଡରୁ ୧ ଓ ମାଲକାନଗିରିରୁ ୧ କୋଭିଡ୍-୧୯ରୁ ମୁକ୍ତ ହୋଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୯୧୫କୁ ବୃଦ୍ଧି ପାଇଛି। ଅନ୍ୟପଟେ କରୋନା ଆଉ ୪ ଜଣଙ୍କ ମୁଣ୍ଡ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନଜନିତ ମୃତ୍ୟୁ ସଂଖ୍ୟା ୧୮୪୩ରେ ପହଞ୍ଚିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ