ଦେଶ ବିଦେଶ ସ୍ୱାସ୍ଥ୍ୟ

କରୋନାର ଦୈନିକ ସଂକ୍ରମଣରେ ବଡଧରଣର ହ୍ରାସ, ଗତ ୨୪ଘଣ୍ଟାରେ ୧୬୪୩୨ ନୂଆ କୋଭିଡ଼ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ ୨୯।୧୨: କରୋନା ଭାଇରସର ଦୈନିକ ସଂକ୍ରମଣରେ ପୁଣି ଥରେ ହ୍ରାସ ପାଇଥିବାର ଦେଖିବାକୁ ମିଳିଛି । ଦୈନିକ ସଂକ୍ରମଣରେ ବଡଧରଣ ହ୍ରାସ ପାଇଥିବାର ଦେଖିବାକୁ ମିଳିଛି । ଗତ ୨୪ଘଣ୍ଟାରେ ୧୬,୪୩୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକି ଗତ କିଛି ମଧ୍ୟରେ ସବୁଠାରୁ କମ୍‌ ଧରଣର ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଲକ୍ଷ ପାର୍‌ ହୋଇଛି ।

କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଗତ ୨୪ଘଣ୍ଟାରେ ଦେଶରେ କରୋନା ଭାଇରସର ୧୬,୪୩୨ ଜଣ ସଂକ୍ରମିତ ହୋଇଛନ୍ତି । ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୦୨,୨୪,୩୦୩ରେ ପହଞ୍ଚିଛି । ସେହିପରି ଗତ ୨୪ଘଣ୍ଟାରେ ୨୫୨ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି । ଯାହାକୁ ମିଶାଇ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୪୮,୧୫୩ରେ ପହଞ୍ଚିଛି ।

ସେହିପରି ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୯୮,୦୭,୫୬୯ରେ ପହଞ୍ଚିଛି । ଗତ ୨୪ଘଣ୍ଟାରେ ୨୪,୯୦୦ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପଟେ ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ଲକ୍ଷ ତଳେ ରହିଛି । ଦେଶରେ ବର୍ତ୍ତମାନ କରୋନାର ଆକ୍ଟିଭ୍‌ କେସ୍‌ ୨,୬୮,୫୮୧ରେ ପହଞ୍ଚିଛି । ଦେଶରେ କରୋନାର ମୃତ୍ୟୁ ହାର ୧.୪୪ ପ୍ରତିଶତ ରହିଥିବା ବେଳେ ସୁସ୍ଥ ହେବା ହାର ୯୫,୮୨ ପ୍ରତିଶତରେ ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ