କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

କରୋନା ଆତଙ୍କ: ଏଣିକି ସବୁ ରବିବାର ଶ୍ରୀମନ୍ଦିର ବନ୍ଦ

ପୁରୀ ୨୮।୦୩: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହା ପରେ ଦ୍ଵିତୀୟ ଲହରର ଆଶଙ୍କା ସୃଷ୍ଟି ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ରବିବାର ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏଣିକି ସବୁ ରବିବାର ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀ ମନ୍ଦିର ବନ୍ଦ ରହିବ। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ରବିବାର ଏହି ନିଷ୍ପତ୍ତି ନେଇଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହାର ସୂଚନା ଦେଇଛନ୍ତି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ।

ଶ୍ରୀମନ୍ଦିରର ସାନିଟାଇଜେସନ ପାଇଁ ବନ୍ଦ ରଖିବାକୁ ଶ୍ରୀମନ୍ଦିର ପ୍ରଶାସନ ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.କ୍ରିଷନ କୁମାର ସୂଚନା ଦେଇଛନ୍ତି। ପୂର୍ବରୁ ଛତିଶା ନିଯୋଗରେ ଏ ସଂପର୍କରେ ପ୍ରସ୍ତାବ ପାରିତ ହୋଇଥିଲା। ଗତ ବର୍ଷ ମହାମାରୀ କରୋନା କାରଣରୁ ଶ୍ରୀମନ୍ଦିର ପାଖାପାଖି ଦୀର୍ଘ ୬ ମାସ ବନ୍ଦ ରହିଥିଲା। ଏହା ପରେ ଡିସେମ୍ବର ୨୩ରେ ଶ୍ରୀମନ୍ଦିର ଖୋଲିଥିଲା। ୨୦୨୧ ଜାନୁଆରୀ ୩ରୁ ସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା।

ସୂଚନାଯୋଗ୍ୟ, ଦେଶର ଅନ୍ୟ ରାଜ୍ୟ ସହ ଓଡିଶାରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ପ୍ରାୟ ୧୦ ଦିନ ପୂର୍ବେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୧୦୦ ତଳେ ରହିଥିଲା। ଏହା ଧିରେ ଧିରେ ବଢି ପାଖାପାଖି ୩୦୦ ପହଞ୍ଚିଲାଣି। ସ୍ଥିତିକୁ ଦୃଷ୍ଟିରେ ରଖି ସପ୍ତାହକୁ ଗୋଟିଏ ଦିନ ଶ୍ରୀମନ୍ଦିର ବନ୍ଦ ରଖାଯିବା ନେଇ ଚର୍ଚ୍ଚା ଜୋର ଧରିଥିଲା।

ସୂଚନାଯୋଗ୍ୟ ଗତ ୨୪ ଘଣ୍ଟାରେ ଓଡିଶାରେ ୨୯୦ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୨୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୧୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,