ଧର୍ମ ରାଜ୍ୟ

କରୋନା ଯୋଗୁ ଏବର୍ଷ ଲିଙ୍ଗରାଜ ମହୋତ୍ସବକୁ ବନ୍ଦ କଲା ଏକାମ୍ର ସାଂସ୍କୃତିକ ପ୍ରକାଶନୀ

ଭୁବନେଶ୍ୱର: ଲିଙ୍ଗରାଜ ଭଜନ ମଣ୍ଡପରେ ଲିଙ୍ଗରାଜ ମହୋତ୍ସବକୁ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଚଳିତବର୍ଷ କୋଭିଡ ଯୋଗୁ ବନ୍ଦ କରି ଦିଆଯାଇଛି। ଦୀର୍ଘ ବର୍ଷ ହେଲା ୬ଦିନ ଧରି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ବେଳେ ଏହି ମହୋତ୍ସବ ହୋଇ ଆସୁଥିଲା। ଅନୁଷ୍ଠାନର ସଭାପତି ବିଧାୟକ ସୁରେଶ କୁମାର ରାଉତରାୟଙ୍କ ଅଧ୍ୟକ୍ଷତା ଓ ସମ୍ପାଦକ ସନତ ମିଶ୍ରଙ୍କ ସଂଯୋଜନାରେ ଠାକୁରଙ୍କ ସମ୍ମୁଖରେ କଳାକାର ନୃତ୍ୟ ପରିବେଷଣ କରୁଥିଲେ।

ଇଜେଡ୍‌ସିସି, ଓଡ଼ିଶା ସଂସ୍କୃତ ବିଭାଗ ସହଯୋଗରେ ରାଜ୍ୟ ତଥା ରାଜ୍ୟ ବାହାରୁ ୫୦୦ କଳାକାର ନୃତ୍ୟ ପରିବେଷଣ କରୁଥିଲେ। ତେବେ କୋଭିଡ କଟକଣା ଯୋଗୁ ଏଥର ସବୁ କଳାକାରଙ୍କୁ ନଆସିବାକୁ ମନା କରାଯାଇଛି।

କରୋନାକୁ ଆମ ଦେଶ ତଥା ରାଜ୍ୟରୁ ଦୂରାଇବା ପାଇଁ ଅନୁଷ୍ଠାନ ପକ୍ଷରୁ ଶ୍ରୀଲିଙ୍ଗରାଜଙ୍କ ନିକଟରେ ପ୍ରାର୍ଥନା କରାଯାଇଥିଲା। ଅନୁଷ୍ଠାନର ସଂଯୋଜକ ଲିଙ୍ଗରାଜ ସାହୁ ଧନ୍ୟବାଦ ଅର୍ପଣ କରି ସମସ୍ତେ ସାମଜିକ ଦୂରତା ରକ୍ଷା କରିବା ସହ ମାସ୍କ ବ୍ୟବହାର କରିବାକୁ ନିବେଦନ କରିଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ