ଦେଶ ବିଦେଶ ରାଜନୀତି ସ୍ୱାସ୍ଥ୍ୟ

କରୋନା ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ୧୦୦୦ଟି ଅତିରିକ୍ତ ଆଇସିୟୁ ବେଡ ମାଗିଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଭାରତର ବିଭିନ୍ନ ରାଜ୍ୟରେ କୋଭିଡ-୧୯ର ସ୍ଥିତି କିପରି ରହିଛି ସେନେଇ ଆଜି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ ଏବଂ ପ୍ରତିନିଧିମାନଙ୍କ ସହିତ ବୈଠକ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ସାମିଲ ହୋଇଛନ୍ତି। ତେବେ ଗତ କିଛି ଦିନ ହେବ ଦିଲ୍ଲୀରେ ମୃତ୍ୟୁ ସଂଖ୍ୟା ସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ୧୦୦୦ଟି ଅତିରିକ୍ତ ଆଇସିୟୁ ବେଡ ମାଗିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଏହା ସହ ଦିଲ୍ଲୀରେ ବଢ଼ୁଥିବା ପ୍ରଦୂଷଣ ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନିବେଦନ କରିଛନ୍ତି।

ଏହି ବୈଠକରେ ଯୋଗ ଦେଇ ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ, ୟୁରୋପ ଏବଂ ଆମେରିକାରେ ସଂକ୍ରମିତଙ୍କ ସଂଖ୍ୟା ପୁଣି ବଢ଼ିଛି, ଏଭଳି ପରିସ୍ଥିତିରେ ଆମକୁ ସତର୍କ ରହିବାକୁ ପଡ଼ିବ। ସାମାଜିକ ଦୂରତା ତଥା ମାସ୍କକୁ ବାଧ୍ୟତାମୂଳକ କରିବା ନେଇ ଅମିତ ଶାହା ରାଜ୍ୟ ସରକାରଙ୍କୁ କହିଛନ୍ତି। ଅମିତ ଶାହାଙ୍କ ପରେ ସ୍ୱାସ୍ଥ୍ୟ ସଚିବ ଆଗାମୀ ଦିନ ବିଷୟରେ ସୂଚନା ଦେଇ କହିଛନ୍ତି ଯେ ଦିଲ୍ଲୀ, କେରଳ, ମହାରାଷ୍ଟ୍ର ଏବଂ ରାଜସ୍ଥାନକୁ ବିଶେଷ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର