ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

କରୋନା ସଂକ୍ରମଣ ତଳମୁହାଁ ହେଉଛି, ଦଶମ-ଦ୍ୱାଦଶ ଶ୍ରେଣୀ ପରୀକ୍ଷା ହେବ- ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର ୨୪।୦୧ : ପିଲାମାନେ ପାଠ ପଢନ୍ତୁ, ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇ ରୁହନ୍ତୁ । ପରୀକ୍ଷା କିଭଳି ସଠିକ୍ ଭାବେ ହେବ ସେନେଇ ପ୍ରସ୍ତୁତି ଚାଲିଛି । ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଏପରି ସୂଚନା ଦେଇଛନ୍ତି ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ ପିଲାମାନେ ପ୍ରସ୍ତୁତ ହୁଅନ୍ତୁ । କରୋନା ଗ୍ରାଫ୍ ତଳମୁହାଁ ହେଉଛି, ସ୍ଥିତିରେ ସୁଧାର ଆସୁଛି । ପରୀକ୍ଷା କିଭଳି ସଠିକ୍ ଭାବେ ହେବ ସେନେଇ ପ୍ରସ୍ତୁତି ଚାଲିଛି । ଖାସ କରି ପିଲାମାନେ ପାଠ ପଢନ୍ତୁ ଏବଂ ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇ ରୁହନ୍ତୁ । ମାଟ୍ରିକ ଫାଷ୍ଟ ସମେଟିଭ୍ ପରୀକ୍ଷା ସରିଛି । ଫଳାଫଳ ଠିକ୍ ସମୟରେ ବାହାରିବ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଯାହାକୁ ନେଇ ଆଗାମୀ ଦିନରେ ହେବାକୁ ଥିବା ଦଶମ ଓ ଦ୍ୱାଦଶ ପରୀକ୍ଷା ହେବା ନେଇ ଦ୍ୱନ୍ଦ ଲାଗିରହିଥିଲା । କିନ୍ତୁ ଏସବୁ ଦ୍ୱନ୍ଦକୁ ଦୁର କରିଛନ୍ତି ମନ୍ତ୍ରୀ ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି