ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

କଳାହାଣ୍ଡିରେ ଗୋଟିଏ ଦିନରେ ୫୪ କରୋନା ସଂକ୍ରମିତ ଚିହ୍ନଟ, ଘରୋଇ କଲେଜରୁ ୩୬ ପଜିଟିଭ୍ ପରେ ପୁଣି ହେବ ସ୍ବାବ୍‌ ଟେଷ୍ଟ

କଳାହାଣ୍ଡି ୩୦।୩: କଳାହାଣ୍ଡି ଜିଲ୍ଲାରେ ଗୋଟିଏ ଦିନରେ ୫୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୋମବାର ଭବାନୀପାଟଣା ସ୍ଥିତ ଏକ ଘରୋଇ କଲେଜରୁ ୩୬ ସଂକ୍ରମିତ ଚିହ୍ନଟ ହେବା ପରେ ମଙ୍ଗଳବାର ପୁଣି ଅନ୍ୟ ଛାତ୍ରଛାତ୍ରୀଙ୍କ ସ୍ବାବ୍‌ ଟେଷ୍ଟ କରାଯିବ। ସଂକ୍ରମିତମାନଙ୍କୁ କଲେଜ ହଷ୍ଟେଲରେ ୩ଟି ଆଇସୋଲେସନ ଓ୍ବାର୍ଡରେ ରଖି ଚିକିତ୍ସା ଜାରି ରହିଛି । ସଂକ୍ରମିତ ଚିହ୍ନଟ ପରେ କଲେଜକୁ ସିଲ୍ କରି ଦିଆଯାଇଛି।

ଉଲ୍ଲେଖଯୋଗ୍ୟ ଯେ, ଘରୋଇ କଲେଜରେ ମୋଟ ୧ ହଜାର ଛାତ୍ରଛାତ୍ରୀ ରହିଥିବା ବେଳେ ୨୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କର ପରୀକ୍ଷା କରାଯାଉଛି । ଫଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବାର ଆଶଙ୍କା ରହିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୦୪୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୧୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୬୮୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ୯୦୦୧୪୫୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ