ଅପରାଧ ରାଜ୍ୟ

କଳିଙ୍ଗାଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ; ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ୨୫।୦୫: କଳିଙ୍ଗା ଘାଟି ବସ୍ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦାରିଙ୍ଗବାଡି କଳିଙ୍ଗା ଘାଟି ନିକଟରେ ପର୍ଯ୍ୟଟକ ବସ୍ ଦୁର୍ଘଟଣାରେ ଅନେକଙ୍କ ପ୍ରାଣହାନୀ ହୋଇଥିବା ଖବର ବିଷୟରେ ଜାଣି ମୁଁ ଦୁଃଖିତ। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି କେନ୍ଦ୍ର ଶିକ୍ଷା, ଉଦ୍ୟମିତା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । କହିଛନ୍ତି ଯେ, ସେମାନଙ୍କ ପରିବାର ପ୍ରତି ମୋର ଭାବାବେଗ ରହିଛି । ସମସ୍ତଙ୍କ ଆରୋଗ୍ୟ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଦୁର୍ଗାପ୍ରସାଦରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଟୁରିଷ୍ଟ ବସ୍ ଓଲପଡିଥିଲା । ଯାହାଫଳରେ ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୬ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪ଜଣ ମହିଳା ରହିଥିବା ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।