ଅପରାଧ ରାଜ୍ୟ

କାନ୍ଥ କଣା କରି ମନ୍ଦିରରୁ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ, ଟେର୍‌ ପାଉନି ପୋଲିସ

ସାନଖେମୁଣ୍ଡି ୦୫।୦୯: ଦିଗପହଣ୍ଡି ଥାନା ଅଞ୍ଚଳରେ ଦିନକୁ ଦିନ ବଢିଚାଲିଛି ଚୋରି ଘଟଣା। ରାତି ସମୟରେ ନିଜକୁ ସୁରକ୍ଷିତ ମଣୁନାହାନ୍ତି ଅଞ୍ଚଳବାସୀ । କିଏ ଘର ଛାତ ଉପରେ ଶୋଇଥିବା ବେଳେ ଘର କବାଟ ତାଡି ଲୁଟ ତ ବାରି ପଟେ ଚତୁରତାର ସହ ଚୋରି ହେବା ଘଟଣା ସାମ୍ନାକୁ ଆସୁଛି। ଆଉ ଏବେ ମନ୍ଦିରକୁ ଟାର୍ଗେଟ କରୁଛନ୍ତି ଚୋର।

ଖବର ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ଦିଗପହଣ୍ଡି ଥାନା ଚଷା ନିମଖଣ୍ଡିପେଣ୍ଠ ଠାକୁରାଣୀ ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟ୍‌ ହୋଇଛି। ମନ୍ଦିରର କାନ୍ଥ କଣା କରି ଦାନ ହୁଣ୍ଡିର ତାଲା ଭାଙ୍ଗି ସେଥିରେ ଥିବା ସମସ୍ତ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୁତ୍ତ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି। ପୋଲିସ ଘଟଣା ଅଧିକ ତଦନ୍ତ କରୁଥିବା ବେଳେ ଚୋର ଟେର୍ ପାଉନଥିବା ସାଧାରଣରେ ଚର୍ଚ୍ଚା ଜୋର ଧରିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।