ଅପରାଧ ରାଜ୍ୟ

କାର୍‌-ଅଟୋ ମୁହାଁମୁହିଁ ଧକ୍କା : ୩ ମୃତ, ୫ ଆହତ

ସୋନପୁର ୧୨।୦୭: କାର୍‌- ଅଟୋ ମୁହାଁମୁହିଁ ଧକ୍କା । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତ କରାଯାଇଛି । ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ସୋନପୁର ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ଖାରି ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ଅଟୋ ଯାତ୍ରୀଙ୍କୁ ନେଇ ବଲାଙ୍ଗୀର ପଟୁ ସୋନପୁର ଆସିଥିବା ବେଳେ ଏକ କାର୍‌ ସୋନପୁର ଆଡ ଆସୁଥିଲା । ଏହା ସମୟରେ ଉଭୟ ଗାଡି ନିଜ ନିଜର ନିୟନ୍ତ୍ରଣ ହରାଇ ମୁହାଁ ମୁହାଁ ଧକ୍କା ହୋଇଥିଲେ । ଯାହାଫଳରେ ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଦୁର୍ଘଟଣାଗ୍ରସ୍ତ କାର୍‌ଟି ଜଣେ ପୋଲିସ ଅଧିକାରୀଙ୍କୁ ବୋଲି ସୂଚନା ମିଳିଛି । କିନ୍ତୁ ଏବେ ଯାଏଁ କିଛି ସ୍ପଷ୍ଟ ତଥ୍ୟ ମିଳିନାହିଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।