ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

କାଶୀପୁରରେ ସ୍ଥିତି ସୁଧୁରୁଛି, ଏହାକୁ ମହାମାରୀ କହିହେବ ନାହିଁ-ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର ୨୦।୦୭ : କାଶୀପୁରରେ ପାଣି ଉତ୍ସରୁ ସଂକ୍ରମଣ ହୋଇଛି । ସେଠି ଭିବ୍ରିଓ କଲେରା ବ୍ୟାକ୍ଟେରିଆର ସଂକ୍ରମଣ ଥିବା ଜଣାପଡିଛି । ଯେହେତୁ ସାଧାରଣ ପାଣି ସୋର୍ସ ଥିଲା, ପାଖପାଖ ସ୍ଥାନକୁ ଏହା ଆକ୍ରାନ୍ତ କରିଛି । ପ୍ରଥମେ ଅବସ୍ଥା ଖରାପ ଥିଲା । ଏବେ ନିୟନ୍ତ୍ରଣରେ ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ରାୟଗଡ଼ା, କୋରାପୁଟର ସ୍ୱାସ୍ଥ୍ୟ ବିଭାଗ ଟିମ ସେ ସ୍ଥାନରେ ନିୟୋଜିତ ହୋଇ ସ୍ଥିତି ମନିଟରିଂ କରୁଛନ୍ତି । ବିଶୋଧନ କାର୍ଯ୍ୟକ୍ରମ ଚାଲିଛି । କିଭଳି ଭଲ ପାଣି ଯୋଗାଇ ଦିଆଯାଇପାରିବ ସେନେଇ ବ୍ୟବସ୍ଥା କରାଯାଉଛି । ଏଠାରୁ ସ୍ୱାସ୍ଥ୍ୟ ବିଭାଗର ଟିମ ଯାଇଥିଲେ । ଆଜି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ରାୟଗଡ଼ା ଓ କୋରାପୁଟ ଯାଇଛନ୍ତି । ପ୍ରତିଦିନ ସେଠାରୁ ନମୁନା ପରୀକ୍ଷା କରାଯାଉଛି । ଆଦିବାସୀ ଅଞ୍ଚଳ ହୋଇଥିବାରୁ ସେମାନେ ପିଇବା ଲାଗି ଝରଣାରୁ ପାଣି ସଂଗ୍ରହ କରିଥାନ୍ତି । ତେଣୁ ସଂକ୍ରମିତ ଝରଣା ପାଣି ଯୁଆଡେ ଯାଇଛି, ସେଠାରେ ସଂକ୍ରମଣ ଆଶଙ୍କା ରହିଛି । ସେଥିଲାଗି ଉକ୍ତ ଉତ୍ସରୁ ପାଣି ବ୍ୟବହାର ନକରିବାକୁ ଲୋକମାନଙ୍କୁ ବୁଝାଯାଉଛି । କିନ୍ତୁ ଏବେ ସ୍ଥିତି ଉଦବେଗଜନକ ନାହିଁ । ଏହାକୁ ମହାମାରୀ କୁହାଯାଇପାରିବ ନାହିଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ