ଅପରାଧ ରାଜ୍ୟ

କିଏ ଲଗାଇଲା ଦୋକାନରେ ନିଆଁ ? ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ

ନୀଳଗିରି ୦୫।୧୧ : ଦୋକାନ ଗୃହରେ ଅଗ୍ନିକାଣ୍ଡ । ଜଳିପୋଡି ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ । ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅଯୋଧ୍ୟା ଅଞ୍ଚଳରେ ଏପରି ଘଟଣା ଘଟିଛି ।

ଖବର ଅନୁଯାୟୀ, ଏହି ଅଞ୍ଚଳରେ ଥିବା ସନ୍ତୋଷ ଦାସଙ୍କ ଭେରାଇଟି ଷ୍ଟୋରରେ ଶୁକ୍ରବାର ମଧ୍ୟ ରାତ୍ରରେ ନିଆଁ ଲାଗିଯାଇଥିଲା । ଫଳରେ ଦୋକାନରେ ଥିବା ସଉଦା ଓ ଭେରାଇଟି ସାମଗ୍ରୀ ଜଳି ପୋଡି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଲାବେଳକୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ତେବେ ଅଗ୍ନିକାଣ୍ଡର ସଠିକ୍‌କାରଣ ଜଣାପଡିନଥିବା ବେଳେ କେହି ପୂର୍ବ ଶତ୍ରୁତାକୁ ନେଇ ନିଆଁ ଲଗାଇ ଦେଇଥିବା ଅନୁମାନ କରାଯାଉଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।