ଅପରାଧ ରାଜ୍ୟ

କୁଆଖାଇ ନଦୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ, ପ୍ରେମିକ ବ୍ଲାକମେଲିଂ କରୁଥିବା ଅଭିଯୋଗ

ଭୁବନେଶ୍ବର ୮।୬: କୁଆଖାଇ ନଦୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ । ପ୍ରେମିକ ବ୍ଲାକମେଲିଂ କରୁଥିବାରୁ ସେ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ଆତ୍ମହତ୍ୟା ଉଦ୍ୟମ ବେଳେ ନିକଟରେ ଉପସ୍ଥିତ ଥିବା ଲୋକେ ତାଙ୍କୁ ଉଦ୍ଧାର କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଦୀର୍ଘ ଦିନ ଧରି ଭୁବନେଶ୍ବର ଶାନ୍ତିପଲ୍ଲୀ ବସ୍ତିର ଜଣେ ଯୁବକଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ରହିଥିଲା । ଯୁବକ ଜଣଙ୍କ ପୂର୍ବରୁ ବିବାହିତ ବୋଲି ଜାଣିବା ପରେ ଯୁବତୀ ଜଣଙ୍କ ତାଙ୍କଠାରୁ ଦୂରେଇ ରହିଥିଲେ । ଏଥିରେ ଉତକ୍ଷୀପ୍ତ ହୋଇ ଯୁବକ ଜଣଙ୍କ ନିକଟରେ ରଖିଥିବା କିଛି ଭିଡିଓ ନେଇ ବ୍ଲାକମେଲିଂ କରିବାକୁ ଲାଗିଥିଲେ । ଫଳରେ ସେ ଏଥିରେ ଅତିଷ୍ଠ ହୋଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବତୀ ଜଣଙ୍କ ପ୍ରକାଶ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।