ରାଜ୍ୟ ସ୍ପେଶାଲ ରିପୋର୍ଟ

କୁଲତା ସମାଜର ଧର୍ମଶାଳା ପାଇଁ ୩ କୋଟି, ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୩୦।୧୧ : କୁଲତା ସମାଜର ଧର୍ମଶାଳା ପାଇଁ ୩ କୋଟି ଟଙ୍କାର ମଞ୍ଜୁର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ଏହାସହିତ ୧ ଏକର ଜାଗାର ଦେବାକୁ ମଧ୍ୟ ଘୋଷଣା କରିଛନ୍ତି ।

କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ। ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସିଥାନ୍ତି । ସେମାନଙ୍କ ରହଣୀ ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମ ନିମନ୍ତେ ଏକ ଧର୍ମଶାଳା ପ୍ରତିଷ୍ଠା ପାଇଁ ଜମି ଦେବାକୁ କୁଲତା ସମାଜର ପ୍ରତିନିଧି ଦଳ ଗତ ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ଏହାଦ୍ୱାରା କୁଲତା ସମାଜର ଜନସାଧାରଣ ପୁରୀରେ ରହିବା ସହିତ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ କରିପାରିବେ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।