ଅପରାଧ ରାଜ୍ୟ

କେନାଲରୁ ମିଳିଲା ନବଜାତକର ମୃତଦେହ, ଶିଶୁପୁତ୍ରକୁ କେହି ଫିଙ୍ଗିଦେଇଥିବା ଅନୁମାନ

ଉଦଳା ୦୨/୦୯: କେନାଲରୁ ନବ ଜାତକ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଉଦଳା ଥାନା ଭୀମତାଳି ଗ୍ରାମରେ । ଭୀମତାଳି ଗ୍ରାମ ନିକଟରେ ଥିବା କେନାଲରେ ଜଣେ ଶିଶୁପୁତ୍ରର ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ ।

ପରେ ଏ ନେଇ ଉଦଳା ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି କେନାଲରୁ ଶିଶୁପୁତ୍ରର ମୃତଦେହ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ କିଏ ଏବଂ କଣ ପାଇଁ ନବ ଜାତକ ଶିଶୁ ପୁତ୍ରକୁ କେନାଲରେ ଫୋପାଡ଼ି ଦେଇଛି ତାହା ଜଣା ପଡି ନ ଥିବା ବେଳେ ପୋଲିସ ତଦନ୍ତ ପରେ ପୁରା ଘଟଣା ସ୍ପଷ୍ଟ ହେବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।