ଅପରାଧ ରାଜ୍ୟ

କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନବଜାତ ମୃତ୍ୟୁ ଘଟଣା, ୨ଜଣିଆ ଟିମ୍‌ର ତଦନ୍ତ ଆରମ୍ଭ

କେନ୍ଦୁଝର ୧୯।୦୯: କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୨୪ ଘଣ୍ଟାରେ ୬ ନବଜାତ ଶିଶୁଙ୍କ ମୃତ୍ୟୁ ଘଟଣାରେ ତଦନ୍ତ ଆରମ୍ଭ। କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ SNCUରେ ପହଞ୍ଚିଲେ ରାଜ୍ୟସ୍ତରୀୟ ୨ ଜଣିଆ ତଦନ୍ତକାରୀ ପ୍ରତିନିଧି ଦଳ। ପ୍ରତିନିଧି ଦଳରେ ଡ ରବୀନ୍ଦ୍ର ନାଥ ପଣ୍ଡା, ରାଜ୍ୟ ଶିଶୁ ବିଭାଗ ପରାମର୍ଶଦାତା ଏବଂ ଡ. ରଶ୍ମି ରଞ୍ଜନ ଶତପଥୀ, ରାଜ୍ୟ ଶିଶୁ ବିଭାଗ ଅତିରିକ୍ତ ନର୍ଦେଶକ ସାମିଲ ଅଛନ୍ତି।

ଖବର ଅନୁଯାୟୀ, ରବିବାର ଏହି ଘଟଣା ପରେ ରାଜ୍ୟ ସରକାର ତଦନ୍ତ ନିର୍ଦେଶ ଦେଇଥିଲେ। ଅନ୍ୟପଟେ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ଘଟଣାର ତଦନ୍ତ ଆରମ୍ଭ ହୋଇଛି l ଦାୟିତ୍ୱରେ ଥିବା ଡାକ୍ତର ଓ କର୍ମଚାରୀଙ୍କ କର୍ତ୍ତବ୍ୟ ସମ୍ପର୍କରେ ସିସି କ୍ୟାମେରା ଦ୍ୱାରା ଯାଞ୍ଚ କରାଯିବ ବୋଲି ସିଡିଏମଓ ସୂଚନା ଦେଇଛନ୍ତି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।