ରାଜ୍ୟ ସ୍ପେଶାଲ ରିପୋର୍ଟ

କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିର ମହାମିଶ୍ରଣ ପର୍ବ: ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର

ଢେଙ୍କାନାଳ: କିଛିଦିନ ତ‌ଳେ କଂଗ୍ରେସରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ ଆଜି ବିଜେପିରେ ଯୋଗଦେଇଛନ୍ତି। ଢେଙ୍କାନାଳ ଜିଲ୍ଲା ବିଜେପି ପକ୍ଷରୁ ଜିଲ୍ଲା କାର୍ଯ୍ୟାଳୟରେ ଆୟୋଜିତ ମହାମିଶ୍ରଣ ପର୍ବରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତରେ ସେ ଏବଂ ଆହୁରି କେତେଜଣ ନେତା ବିଜେପିରେ ସାମିଲ୍‌ ହୋଇଛନ୍ତି। ଏହି ମିଶ୍ରଣପର୍ବ ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି, ଆଜିର ମିଶ୍ରଣ ପର୍ବ ମୋଦୀଙ୍କ ଦୃଢ଼ ନେତୃତ୍ୱ ଓ କଲ୍ୟାଣକାରୀ ପଦକ୍ଷେପର ଏକ ଝଲକ। ମୋଦୀ ଗ୍ୟାରେଣ୍ଟିରେ ୨୦୪୭ ସୁଦ୍ଧା ‘ବିକଶିତ ଭାରତ’ର ଲକ୍ଷ୍ୟ ନିଶ୍ଚୟ ପୂରଣ ହେବ।

ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ କଂଗ୍ରେସ ଜିଲ୍ଲା ସଭାପତି ସୁରେଶ ପାଣିଗ୍ରାହୀ, ସରୋଜ ପଟ୍ଟନାୟକ, କଙ୍କଡ଼ାହାଡ଼ ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ କାର୍ତ୍ତିକ ସାହୁଙ୍କ ସମେତ ପର୍ଜଙ୍ଗ ଓ ସ୍ଥାନୀୟ ନିର୍ବାଚନମଣ୍ଡଳୀର କଂଗ୍ରେସ ଓ ବିଜେଡି ଶତାଧିକ କର୍ମୀ, ବ୍ୟକ୍ତି ବିଶେଷ ଓ ସମାଜସେବୀ ଦଳରେ ଯୋଗ ଦେଇଥିଲେ।
ମିଶ୍ରଣ ପର୍ବରେ ପ୍ରାକ୍ତନ ସାଂସଦ ରୁଦ୍ରନାରାୟଣ ପାଣି, ରାଜ୍ୟ ଉପସଭାପତି ତଥା ଲୋକସଭା ପ୍ରଭାରୀ ଗୋଲକ ପ୍ରସାଦ ମହାପାତ୍ର, ଜିଲ୍ଲା ସଭାପତି ନରେଶ ଚନ୍ଦ୍ର ମହାପାତ୍ର, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଭୂତି ପ୍ରଧାନ, ଶତ୍ରୁଘ୍ନ ଜେନା, ଢେଙ୍କାନାଳ ନଗରପାଳ ଜୟନ୍ତୀ ପାତ୍ର, ଲୋକସଭା ସଂଯୋଜକ ପ୍ରେମାନନ୍ଦ ଜେନା, ପରଜଙ୍ଗ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ବେହେରା, ବରିଷ୍ଠ ନେତା ରାମଚନ୍ଦ୍ର ପାତ୍ର, ନିରୋଜ ନଳିନୀ ମହାଳିକ, ସୁନିଲ୍ ଶର୍ମା, ନବ କିଶୋର ଗୁରୁ, ରାସ ବିହାରୀ ବେହେରା, ରତିକାନ୍ତ ସାହୁ, ଦେବଦତ ପଟ୍ଟନାୟକ, ସନାତନ ବେହେରା, ବିଷ୍ଣୁ ପ୍ରସାଦ ଲେଙ୍କା, ଦୀପକ ଗୋଚ୍ଛାୟତ, ସତ୍ୟ ରଞ୍ଜନ ଭୂୟାଁ, ଅଞ୍ଜନ ପାଣି ସମେତ ବହୁ ନେତୃବୃନ୍ଦ ଉପସ୍ଥିତ ଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।