ରାଜ୍ୟ

କେରଳରେ ଫସିଥିବା ଦୁଇ ଓଡ଼ିଆ ଡାକ୍ତର ଖୁବ୍ ଶୀଘ୍ର ଉଦ୍ଧାର ହେବେ: ସୁରେଶ ପୂଜାରୀ

ଭୁବନେଶ୍ବର: କେରଳରେ ଫସିଥିବା ଓଡ଼ିଆଙ୍କୁ ଉଦ୍ଧାର ପାଇଁ କେରଳ ଅଧିକାରୀଙ୍କ ସହ କଥା ହୋଇଛନ୍ତି ଓଡ଼ିଶା ସରକାର। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ  ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।

ସେ କହିଛନ୍ତି, କେରଳର ସ୍ୱତନ୍ତ୍ର ରିଲିଫ କମିଶନର ଏବଂ ସେଠାକାର ଓଡ଼ିଆ ଅଧିକାରୀଙ୍କ ସହ ଓଡ଼ିଶା ସ୍ୱତନ୍ତ୍ର ରିଲିଫ କମିଶନର କଥା ହୋଇଛନ୍ତି। ଓଡ଼ିଶାର ଦୁଇ ପରିବାର ଫସିଛନ୍ତି। ଉଭୟ ଡାକ୍ତରଙ୍କ ଖୋଜ ଖବର ମିଳିନାହିଁ, ହେଲେ ତାଙ୍କ ପତ୍ନୀମାନେ ଚିକିତ୍ସିତ ହେଉଛନ୍ତି ।ଭାରତ ସରକାର ମଧ୍ୟ ସହାୟତା କରୁଛନ୍ତି। ବାୟୁ ସେନା ଏବଂ ଏନଡିଆରଏଫ ସହ ମଧ୍ୟ ଆମେ ଯୋଗାଯୋଗରେ ଅଛୁ। ରାଜସ୍ବ ବିଭାଗ ଓ ଜିଲ୍ଲା ପ୍ରଶାସନ ଉଭୟଙ୍କ ପରିବାର ପାଖରେ ପହଞ୍ଚିଛି, ତାଙ୍କ ପରିବାର ସହ ସରକାର ଅଛନ୍ତି। ଆମେ ତାଙ୍କୁ ନିୟମିତ ଅପଡେଟ କରୁଛୁ। ଆଶା କରୁଛି ମହାପ୍ରଭୁଙ୍କ କୃପାରୁ ଉଭୟ ଡାକ୍ତର ଖୁବ ଶୀଘ୍ର ଉଦ୍ଧାର ହେବେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।