ଅପରାଧ ରାଜ୍ୟ

କୋଚିଂ ସେଣ୍ଟରରେ ଅଘଟଣ, ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଛାତ୍ର ମୃତ

ମାର୍ଶାଘାଇ ୦୨।୧୧ : କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅଞ୍ଚଳରେ ଅଘଟଣ । ଏକ ଘରୋଇ କୋଚିଂ ସେଣ୍ଟରରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ର ମୃତ । ମୃତକ ମହାକାଳପଡ଼ା ବ୍ଲକ ବଡ଼କୂଳ ପଞ୍ଚାୟତ ଗୋପୀନାଥପୁର ଗାଁ କୁଞ୍ଜବିହାରୀ ଦାସଙ୍କ ପୁଅ ଦେବୀପ୍ରସାଦ ଦାସ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଛାତ୍ର ଜଣଙ୍କ କୌଣସି କାରଣରୁ ଛାତ ବାଲକୋନୀକୁ ଯାଇଥିଲେ । ସେଠାରେ ୩ରୁ ୪ ଫୁଟ୍‌ ଦୂରରେ ଥିବା ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ । ତୁରନ୍ତ ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।