ରାଜ୍ୟ ସ୍ୱାସ୍ଥ୍ୟ

କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର ୨୬।୧: ରାଜ୍ୟରେ ସଂକ୍ରମଣ ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । କୋଭିଡର କେବେ ବି ଅନ୍ତ ହେବନାହିଁ । ଭାଇରସ୍ ର ଗୋଟିଏ ପରେ ଗୋଟିଏ ଭାରିଆଣ୍ଟ ଆସିବ । କାରଣ ଭାଇରସ୍ ତାର ଚରିତ୍ର ବଦଳାଇ ଥାଏ । ଆଲଫା ପରେ ଡେଲଟା ଓ ତାର ସବ୍ ଭାରିଆଣ୍ଟ ଆସିଲା ତାପରେ ଓମିକ୍ରନ୍ ଏବଂ ତାର ସବ୍ ଭାରିଆଣ୍ଟ ଆସିଛି । ଏମିତି ବି ଏବେ ହୋଇଥିବ ଅନେକ ନୂଆ ଭାରିଆଣ୍ଟ ଥିବ ଆମେ ଜାଣି ନଥିବା । ଓମିକ୍ରନର ପ୍ରଭାବ କମିଗଲେ ହୁଏତ ନୂଆ ଭାରିଆଣ୍ଟ ଆସିପାରେ । ବର୍ତ୍ତମାନ ବି କୋଭିଡ୍ ଉପରେ ଗବେଷଣା ଚାଲିଛି ବୋଲି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

ଯେବେ ପାଣ୍ଡେମିକ୍ ବା କୌଣସି ଭାରିଆଣ୍ଟ ଖସେ ତାହା ତଳ ଉପର ହୋଇଥାଏ । ରାଜ୍ୟରେ ବର୍ତ୍ତମାନ ସଂକ୍ରମଣ ତଳ ଉପର ହେବାରେ ଲାଗିଛି । ମାତ୍ର ଏଥିପାଇଁ ଆତଙ୍କିତ ହେବାର ଆବଶ୍ୟକତା ନାହିଁ ବୋଲି ବିଜୟ ମହାପାତ୍ର କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ