ରାଜ୍ୟ ସ୍ପେଶାଲ ରିପୋର୍ଟ

କୋରେଇରେ ମର୍ମନ୍ତୁଦ ରେଳ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଯାଜପୁର ଜିଲ୍ଲାର କୋରେଇରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଟୁଇଟରରେ ଲେଖିଛନ୍ତି, ଯାଜପୁର କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଦୁର୍ଘଟଣା ଖବର ଅତ୍ୟନ୍ତ ଦୁଃଖଦାୟକ। ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।

ଏଣେ କୋରେଇରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣା ସଂପର୍କରେ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି ଯେ ପୂର୍ବତଟ ରେଳବାଇର ଖୋର୍ଦ୍ଧା ରୋଡ ରେଳ ଡିଭିଜନ୍ ଅଧୀନରେ ଥିବା ଭଦ୍ରକ-କପିଲାସ ରୋଡ ରେଳ ବିଭାଗର କୋରେଇ ଷ୍ଟେସନରେ ସକାଳ ପ୍ରାୟ ୬ଟା ୪୪ ମିନିଟ୍ ସମୟରେ ଏକ ମାଲବାହୀ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ କିଛି ଲୋକ ଆହତ ମଧ୍ୟ ହୋଇଛନ୍ତି।ଏହି ଦୁର୍ଘଟଣା ଫଳରେ ଏଠାରେ ଥିବା ଦୁଇଟି ଲାଇନରେ ଟ୍ରେନ୍ ଚଳାଚଳ ବ୍ୟାହତ ହୋଇଛି। ଜଣାପଡ଼ିଛି। ରେଳ ଷ୍ଟେସନ ବିଲଡିଂ ମଧ୍ୟ ନଷ୍ଟ ହୋଇଯାଇଛି।

ଦୁର୍ଘଟଣା ରିଲିଫ୍ ଟ୍ରେନ୍ ଏବଂ ଆକ୍ସିଡେଣ୍ଟ୍ ରିଲିଫ୍ ମେଡିକାଲ୍ ଟିମକୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ନିଜେ ଖୋର୍ଦ୍ଧା ରୋଡ ରେଳ ଡିଭିଜନ୍ ଆଞ୍ଚଳିକ ଅଧିକାରୀ ଅନ୍ୟ ଶାଖା ଅଧିକାରୀଙ୍କ ସହଦୁର୍ଘଟଣାସ୍ଥଳକୁ ଯାଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।