ଦେଶ ବିଦେଶ ସ୍ୱାସ୍ଥ୍ୟ

ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ ୨୫।୦୧: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି-ହ୍ରାସ ପାଇବାରେ ଲାଗିଛି । ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ ଚିହ୍ନଟ ହୋଇଥିବା ବେଳେ ୧୩୧ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ ଲଗାତର ଭାବେ ୧୫ହଜାର ତଳେ ଦୈନିକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଦେଶରେ ଆକ୍ଟିଭ୍‌ କେସ୍‌ ୨ଲକ୍ଷ ତଳେ ରହିଛି ।

ଖବର ଅନୁଯାୟୀ, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଯାହାଫଳରେ କି ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୬ଲକ୍ଷ ୬୭ହଜାର ୭୩୬ରେ ପହଞ୍ଚିଛି । ସେହିପରି ଗତ ୨୪ଘଣ୍ଟାରେ ୧୩୧ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଯାହାଫଳରେ ଦେଶରେ କରୋନାରେ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୫୩ହଜାର ୪୭୦ରେ ପହଞ୍ଚିଛି ।

ସେହିପରି ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ଘଣ୍ଟାରେ ୧୩,୨୯୮ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଯାହାକୁ ମିଶାଇ ଦେଶରେ ମୋଟ କରୋନାରୁ ସୁସ୍ଥ ହୋଇଥିବା ସଂଖ୍ୟା ୧,୦୩,୩୦,୦୮୪ରେ ପହଞ୍ଚିଛି । ଅନ୍ୟପଟେ ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ସଂଖ୍ୟା କମିବାରେ ଲାଗିଛି । ବର୍ତ୍ତମାନ ଦେଶରେ ୧,୮୪,୧୮୨ ଆକ୍ଟିଭ୍‌ କେସ୍‌ ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ