ଅପରାଧ ରାଜ୍ୟ

ଗଁଦିଆ SBI ଏଟିଏମ ଭାଙ୍ଗି ଲୁଟ୍ ଘଟଣା: ଧରାପଡିଲେ ୩ ଅଭିଯୁକ୍ତ, ୪ ଫେରାର

ଭୁବନେଶ୍ୱର ୨୭/୧୦: ଗତ ଅକ୍ଟୋବର ୩ ତାରିଖ ମଧ୍ୟରାତିରେ ଗଁଦିଆ ଥାନା ବରପଦା ଶ୍ରୀରାମଚନ୍ଦ୍ରପୁର ନିକଟରେ ଥିବା ଏସବିଆଇ ଏଟିଏମ ଲୁଟ ଘଟଣାର ପର୍ଦାଫାଶ ହୋଇଛି । ଏଥିରେ ୩ ଜଣ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ୪ ଅଭିଯୁକ୍ତ ଫେରାର ଅଛନ୍ତି । ସେଦିନ ରାତିରେ ଏଟିଏମ ମେସିନ ଭାଙ୍ଗି ଦୁର୍ବୃତ୍ତମାନେ ୨୨ ଲକ୍ଷ ୧୭ ହଜାର ୯୦୦ ଟଙ୍କା ଲୁଟି ନେଇଥିଲେ ।

ଧରାପଡ଼ିଥିବା ଅଭିଯୁକ୍ତ ମାନଙ୍କ ଠାରୁ ୨ ଲକ୍ଷ ୫୬ ହଜାର ଟଙ୍କା ଉଦ୍ଧାର ହୋଇଛି । ଲୁଟ୍‌ ରେ ବ୍ୟବହୃତ ଲୁହା ଛେଣି ସିସିଟିଭିର ଡିଭିଆର ବକ୍ସ, ଗୋଟିଏ କାର, ବାଇକ ମଧ୍ୟ ଜବତ ହୋଇଛି । ଧରାପଡ଼ିଥିବା ୩ ଅଭିଯୁକ୍ତ ହେଲେ ଢେଙ୍କାନାଳ ସଦର ଥାନା କଙ୍କଡ଼ାହାଡ଼ ଗାଁର ଜିତେନ୍ଦ୍ର ନାୟକ, ଭଦ୍ରକର ଜିଲ୍ଲାର ନିର ପାଣି, ଖୋର୍ଦ୍ଧାର ରାକେଶ ଦାସ । ଆଉ ୪ ଅଭିଯୁକ୍ତ ଏବେ ବି ଫେରାର ରହିଛନ୍ତି ବୋଲି ସାମ୍ବାଦିକ ସମ୍ମିଳନୀରେ ଏସପି ସୂଚନା ଦେଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।