ଅପରାଧ ରାଜ୍ୟ

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ହତ୍ୟା ନାଁ ଆତ୍ମହତ୍ୟା ବଢିଲା ସନ୍ଦେହ

ସୁନ୍ଦରଗଡ ୧୮/୦୬: ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ ଆତ୍ମହତ୍ୟା କରିଥିବା ସନ୍ଦେହ । ସୁନ୍ଦରଗଡ଼ ରାଜଗାଙ୍ଗପୁର ସହରର ୱାର୍ଡ ନଂ ୧ କୁମ୍ଭାର ପଡା ବାବା ତଲାଵ ନିକଟରେ ଏକ ଶୁଖିଲା ଗଛ ଡାଳରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା ।

ସକାଳୁ ଲୋକେ ଦେଖିବାକୁ ପାଇଥିଲେ । ଯୁବକ ଜଣକ ମଧୁ ସୁଦନ କଲୋନୀର ଚନ୍ଦନ ସିଂ ବୋଲି ଜଣାପଡିଛି । ଯୁବକ ଜଣକ ବେକରେ ବେଡ଼ଶିଟ ବାନ୍ଧି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣା ସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ଼ ଲାଗିଥିବା ବେଳେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।