ରାଜ୍ୟ

ଗଞ୍ଜାମକୁ ଦାଦନ କଷଣ: ୪ ମାସରେ ୧୪ ମୃତ

ସୋରଡ଼ା : ଗଞ୍ଜାମ ଜିଲ୍ଲାକୁ ଦାଦନ ଯନ୍ତ୍ରଣା ପିଛା ଛାଡ଼ୁନି। ୪ ମାସ ଭିତରେ ଜିଲ୍ଲାର ୧୩ରୁ ଅଧିକ ଯୁବ ଶ୍ରମିକଙ୍କ ବାହାର ରାଜ୍ୟରେ ମୃତ୍ୟୁ ଏହାର ଜ୍ବଳନ୍ତ ଉଦାହରଣ। ସେହିପରି କିଛି ଶ୍ରମିକ ନିର୍ଯାତିତ ‌ହେଉଥିବାର କରୁଣ କାହାଣୀ ସାମ୍ନାକୁ ଆସୁଛି। ଏହି ଧାରାରେ ପୁଣି ଯୋଡ଼ିହୋଇଛି ଆଉ ଏକ ଦୁଃଖଦ ଘଟଣା। ଜିଲ୍ଲାର ଆଉ ଜଣେ ଦାଦନ ଶ୍ରମିକ ପ୍ରାଣ ହରାଇଛନ୍ତି। ମୃତକଜଣକ ହେଉଛନ୍ତି, ସୋରଡ଼ା ବ୍ଲକ୍ ଓ ବଡ଼ଗଡ଼ ଥାନା ଅଧୀନ କଳାଖାଡ଼ି ଗ୍ରାମର ଉଦୟ ସ୍ବାଇଁଙ୍କ ପୁଅ ସୁଶାନ୍ତ ସ୍ବାଇଁ।

ସୁଶାନ୍ତ ସୁରତରେ ଏକ ସୂତାକଳରେ କାମ କରୁଥିବା ବେଳେ ଗତ ୫ ତାରିଖରେ ଟ୍ରେନ୍ ଯୋଗେ ଘରକୁ ଫେରୁଥିଲେ। ତେବେ ଗତକାଲି ବିଳାସପୁର ନିକଟ ସିଗ୍‌ମା ଷ୍ଟେସନ୍‌ରେ ଅସାବଧାନତାବଶତଃ ସେ ଟ୍ରେନ୍‌ରୁ ଖସି ପଡ଼ିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ସେଠାକାର ରେଳବାଇ ପୁଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷରେ ସୁଶାନ୍ତଙ୍କ ମୃତ୍ୟୁ ପ‌ରେ ତାଙ୍କ ପରିବାରବର୍ଗ ଦୁଃଖରେ ଭାଙ୍ଗିପଡ଼ିଛନ୍ତି। ଗରିବ ଶ୍ରେଣୀର ହୋଇଥିବାରୁ ଶବକୁ ଭିଟାମାଟିକୁ ଆଣିବା ପାଇଁ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ ନିବେଦନ କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।