ଦେଶ ବିଦେଶ ଶିକ୍ଷା ଓ ନିଯୁକ୍ତି

ଗଞ୍ଜାମର ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ

ବ୍ରହ୍ମପୁର: ଆସନ୍ତାକାଲି ଠାରୁ ଗଞ୍ଜାମର ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ ରହିବ । ଫେବୃଆରୀ ୧ ତାରିଖ ପର୍ଯ୍ୟନ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତି ନେଇଛନ୍ତି । ଅମାନ୍ୟ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛି ପ୍ରଶାସନ । କୋଭିଡ୍ ସ୍ଥିତିକୁ ଦୃଷ୍ଟି ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି କହିଛନ୍ତି ପ୍ରଶାସନ । ସୂଚନାଯୋଗ୍ୟ, ରାଜ୍ୟରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇବାରେ ଲାଗିଛି । ବିଭିନ୍ନ ଜିଲ୍ଲାରେ ଏନେଇ କୋଭିଡ୍ ଗାଇଡଲାଇନ୍ ପାଳନକୁ ଗୁରୁତ୍ୱ ଦିଆଯାଉଛି ।

ସୂଚନାଯୋଗ୍ୟ, ଆଜି ରାଜ୍ୟରୁ ୩୬୭୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୨୧୮୪ ଓ ସ୍ଥାନୀୟ ଅଞ୍ଚଳରୁ ୧୫୩୧ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ କେବଳ ଖୋର୍ଦ୍ଧାରୁ ୧୨୨୩ ଜଣ ଓ ସୁନ୍ଦରଗଡ଼ରୁ ୫୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି