ଅପରାଧ ରାଜ୍ୟ

ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡିରୁ ଗିରଫ ହେଲେ ନକଲି ଡାକ୍ତର: ଆଗରୁ ବାନ୍ଧିଥିଲା ତେଲେଙ୍ଗାନା ପୁଲିସ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଉସ୍ତା ବାବୁଲ କ୍ଲିନିକରୁ ଜଣେ ନକଲି ଡାକ୍ତରଙ୍କୁ ଗିରଫ କରାଯାଇଛି। ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ନକଲି ଡାକ୍ତର ଶୁଭ୍ରଜିତ ପଣ୍ଡାଙ୍କୁ ଗିରଫ କରିଛି ଦିଗପହଣ୍ଡି ପୁଲିସ। ଗିରଫ ଯୁବକଙ୍କ ଘର ଢେଙ୍କାନାଳ ଜିଲ୍ଲା ସଣ୍ଡା ଗାଁର ବୋଲି ଜଣାପଡ଼ିଛି। ସାନଖେମୁଣ୍ଡି ଓ କଟକର ରାଣୀହାଟରେ ଥିବା ଘରୋଇ କ୍ଲିନିକରେ ପୁଲିସ ଯାଞ୍ଚ କରିବା ସହ ନକଲି ଡାକ୍ତରଙ୍କ କଟକ ଭଡ଼ା ଘରେ ମଧ୍ୟ ତଦନ୍ତ କରିଛି।

और जानें

ନିଜକୁ ଦିଲ୍ଲୀ, ଭୁବନେଶ୍ୱର ଓ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅଭିଜ୍ଞ ଡାକ୍ତର କହି ଚିକିତ୍ସା କରୁଥିଲେ  ଶୁଭ୍ରଜିତ ପଣ୍ଡା। ପୂର୍ବରୁ ଫେବୃଆରୀ ୨୦୨୦ ମସିହାରେ ତେଲେଙ୍ଗାନା ପୁଲିସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିଲେ। ନିଜକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସଦସ୍ୟ କହିଥିବା ବେଳେ ଡାକ୍ତର ସମ୍ମିଳନୀକୁ ଯାଇ ନିଜକୁ ଡାକ୍ତର କହିଥିବା ବେଳେ ଗିରଫ ହୋଇଥିଲେ। ଆଉ ଏକ ଗୁରୁତ୍ବପୂର୍ଣ୍ଣ କଥା ହେଲା ଶୁଭ୍ରଜିତ ପଣ୍ଡାଙ୍କର ମାତ୍ର ୨୪ ଦିନ ତଳେ ବାହାଘର ହୋଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।