ଅପରାଧ ରାଜ୍ୟ

ଗଞ୍ଜେଇ ଚାଲାଣ ବେଳେ ଅଟୋ ଓ ବାଇକ୍ ଜବତ, ୨ ଅଭିଯୁକ୍ତ ଗିରଫ

ଫୁଲବାଣୀ ୨୦।୭: କନ୍ଧମାଳ ଜିଲ୍ଲା ଗୋଛାପଡା ପୋଲିସକୁ ମିଳିଛି ବଡ଼ ସଫଳତା l ଗୋଛାପଡା ଥାନା ଅଧିକାରୀ ରଂଜିତ କୁମାର ମୁନିଙ୍କ ନେତୃତ୍ବରେ ପୋଲିସ ଟିମ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଏକ ଅଟୋ ଓ ଦୁଇଟି ବାଇକ୍ ସହ ୭୦ କେଜି ଗଞ୍ଜେଇ ଜବତ କରିଛି l ଏଥିରେ ସମ୍ପୃକ୍ତ ଥିବା ୨ ଗଞ୍ଜେଇ ମାଫିଆକୁ ମଧ୍ୟ ପୋଲିସ ଗିରଫ କରିବାରେ ସଫଳ ହୋଇଛି l

ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ଼ ଜିଲ୍ଲା ଅତାବିରା ଥାନା କାଦୁଅବାହଲ ଗ୍ରାମର ନଜିର ଅହମ୍ମଦ ଓ ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଖମାର ଗାଁର ରୋହିତ ଦୀପ । ଏହି ଦୁଇ ଜଣ ଗଞ୍ଜେଇ ମାଫିଆ ଦୀର୍ଘ ଦିନ ହେଲା ସମ୍ପୃକ୍ତ ଅଞ୍ଚଳରୁ ଗଞ୍ଜେଇ ଚୋରା ଚାଲାଣ କରି ଆସୁଥିଲେ । ଫଳରେ ପୋଲିସ ଏମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିଥିଲା l ସେମାନଙ୍କୁ ଗିରଫ କରିବାରେ ସଫଳ ହୋଇଛି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।