ଅପରାଧ ରାଜ୍ୟ

ଗଞ୍ଜେଇ ଚାଲାଣ ବେଳେ ପୋଲିସର ଆକ୍ସନ: ୧୦୪ କିଲୋ ସବୁଜ ଜହର ଜବତ, ୨ ଗିରଫ

ବାଲିଗୁଡ଼ା ୨୧।୦୭: କନ୍ଧମାଳ ଜିଲ୍ଲା ବାଲିଗୁଡାରୁ ବୋଲେରୋ ସହ ବିପୁଳ ପରିମାଣରେ ଗଞ୍ଜେଇ ଜବତ ହୋଇଛି l ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏହାସହିତ ୨ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।

ଖବର ଅନୁଯାୟୀ, ବାଲିଗୁଡା ଥାନା ଅଞ୍ଚଳରେ ପୋଲିସ ଟିମ ପେଟ୍ରୋଲିଂ ବେଳେ ଏକ ବୋଲେରୋରେ ବାହାର ଜ଼ିଲ୍ଲାକୁ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇଥିଲେ । ସବଇନିସପେକ୍ଟର ଆଶୁତୋଷ ପାଇକରାୟ ଚଢାଉ କରି ବୋଲର ସହ ୧୦୪ କିଲୋ ଗଞ୍ଜେଇ ଜବତ କରିଥିଲେ । ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ। ଏନେଇ ବାଲିଗୁଡା ଥାନାରେ ଏନଡ଼ିପିଏସ ଆକ୍ଟରେ ମାମଲା ରୁଜୁ ହୋଇଛି । ୨ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।