ରାଜ୍ୟ ସ୍ପେଶାଲ ରିପୋର୍ଟ

ଗଠନ ହେଲା ୩୪ଟି ନୂଆ ଏନ୍‌ଏସି: ୫ଏନ୍‌ଏସି ହେଲା ମ୍ୟୁନିସିପାଲିଟି

ଭୁବନେଶ୍ବର: ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଗଠିତ ହେବ। ଚାରିଟି ଜିଲ୍ଲାରେ ୫ଟି ଏନ୍‌ଏସି ମ୍ୟୁନିସିପାଲିଟିକୁ ଉନ୍ନୀତ ହେବ ବୋଲି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼, ମୟୂରଭଞ୍ଜର କରଞ୍ଜିଆ, ବଲାଙ୍ଗୀରର କଣ୍ଟାବାଞ୍ଜି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନ୍‌ଏସିକୁ ମ୍ୟୁନିସିପାଲିଟି ଭାବେ ଉନ୍ନୀତ କରାଯାଇଛି। ସେହିପରି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦଗୁଡ଼ିକ ହେଲା ଅନୁଗୁଳ ଜିଲ୍ଲାର ପାଲଲହଡ଼ା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ଼ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡ଼ା, ବଲାଙ୍ଗୀର ଜିଲ୍ଲାର ବେଲପଡ଼ା ଓ ସଇଁତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳାହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡ଼ା ଜିଲ୍ଲାର ସିନାପାଲି, ରାୟଗଡ଼ା

୨୦ଟି ଜିଲ୍ଲାରେ ୩୪ଟି ନୂଆ ଏନ୍‌ଏସି ଗଠନ ହେଲା
୪ଜିଲ୍ଲାର ୫ଏନ୍‌ଏସି ହେଲା ମ୍ୟୁନିସିପାଲିଟି
ବୌଦ୍ଧଗଡ଼, ଆସ୍କା, ଛତ୍ରପୁର, କରଞ୍ଜିଆ, କଣ୍ଟାବାଞ୍ଜି ହେଲା ମ୍ୟୁନିସିପାଲିଟି

ଜିଲ୍ଲାର ଚାନ୍ଦିଲି, ମୁନିଗୁଡ଼ା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ଼ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡ଼ାଖଣ୍ଡି, ନୟାଗଡ଼ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡ଼ମ୍ବା, ନରସିଂହପୁର ଓ ନିଆଳି, ମୟୂରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ ରହିଛି। ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦଗୁଡ଼ିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ରାଜ୍ୟରେ ଏବେ ମୋଟ୍ ୧୧୫ଟି ପୌରସଂସ୍ଥା ଥିବାବେଳେ ଏଥିରୁ ୫ଟି ମହାନଗର ନିଗମ, ୪୭ଟି ମ୍ୟୁନିସିପାଲିଟି ଏବଂ ୬୩ଟି ଏନ୍‌ଏସି ଥିଲା। ଆଜିର ଘୋଷଣା ପରେ ମ୍ୟୁନିସିପାଲିଟି ସଂଖ୍ୟା ୫୨ ହୋଇଥିବାବେଳେ ଏନ୍‌ଏସି ସଂଖ୍ୟା ୯୨ରେ ପହଞ୍ଚିଛି। ‌ରାଜ୍ୟର ମୋଟ୍ ପୌରସଂସ୍ଥା ସଂଖ୍ୟା ୧୪୯ ହୋଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।