ରାଜ୍ୟ ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟାରେ ୨୮୮ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଏମାନଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ମଧ୍ୟରେ ୫୩ ଜଣ ଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୦ ଜଣ ରହିଛନ୍ତି | ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ପଜିଟିଭ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରାଣ୍ଟିନରୁ ୧୬୬ ଜଣ ଓ ଲୋକାଲ କଣ୍ଟାକଟରୁ ୧୨୨ ଜଣ ଚିହ୍ନଟ ହୋଇଛନ୍ତି |

ଗତ ୨୪ ଘଣ୍ଟା ମଧ୍ୟରେ କଟକରୁ ୨୧ ଜଣ, ଯାଜପୁରରୁ ୧୦ ଜଣ, କେନ୍ଦ୍ରାପଡାରୁ ୮ ଜଣ, ମୟୁରଭଞ୍ଜରୁ ୧୨, ପୁରୀରୁ ୧୫, ସମ୍ବଲପୁରରୁ ୧୭, ସୁନ୍ଦରଗଡରୁ ୧୧, ଷ୍ଟେଟ ପୁଲରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି |

ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୬୭୪ରେ ପହଞ୍ଚିଥିବାବେଳେ୧୦ ଲକ୍ଷ ୩୭ ହଜାର ଜଣ ସୁସ୍ଥ ହୋଇଛନ୍ତି | ସେହିପରି ବର୍ତ୍ତମାନ ୨୨୨୧ଟି ସକ୍ରିୟ ମାମଲା ରହିଥିବାବେଳେ ଦିନକୁ ଦିନ କରୋନା ଗ୍ରାଫ ବଢ଼ୁଥିବାର ଦେଖିବାକୁ ମିଳୁଛି |

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ