ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୪୭୭ ସଂକ୍ରମିତ ଚିହ୍ନଟ: ୧୮ରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୨୬ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୬୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୩ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେଉଁଝରରୁ ୫ ଜଣ, କୋରାପୁଟରୁ ୪ ଜଣ, ଖୋର୍ଦ୍ଧାରୁ ୨୦୦ ଜଣ, ମୟୁରଭଞ୍ଜରୁ ୨୩ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୬ ଜଣ, ସମ୍ୱଲପୁରରୁ ୧୧ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୬, ୯୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୩,୧୪୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୫୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ