ରାଜ୍ୟ

ଗତ ୨୪ ଘଣ୍ଟା ଭିତରେ ୫ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ: ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ପୁଣି ନୂଆ ୫ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୮ଜଣଙ୍କଠାରେ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାଫଳରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି।

ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କୋଭିଡ ଟେଷ୍ଟିଙ୍ଗ ବଢ଼ିଛି, ଗତକାଲି ୬୯୦ ଟେଷ୍ଟ ହୋଇଛି, ସେଥିରୁ ୩୭୮ ହେଉଛି ଆରଟିପିସିଆର। ସେଥିରୁ ୩ଜଣ ପଜିଟିଭି ଚି଼ହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୮ଜଣ ଆକ୍ଟିଭ ପେସେଣ୍ଟ ଅଛନ୍ତି। ସମସ୍ତେ ହୋମ ଆଇସୋଲେସନରେ ଅଛନ୍ତି, ମେଡିକାଲରେ କେହି ନାହାଁନ୍ତି। ତେଣୁ ଆତଙ୍କିତ ହେବାର ନାହିଁ। ଆଗକୁ ବଢ଼ିବା ନେଇ ସ୍ଥିତି ଅନୁଧ୍ୟାନ କରାଯାଉଛି। ଜାତୀୟସ୍ତରୀୟ ତଥ୍ୟ ଅନୁସାରେ ଯେଉଁମାନେ ଆକ୍ରାନ୍ତ ହେଉଛନ୍ତି ୯୨% ରୁ ଉର୍ଦ୍ଧ୍ବ ହୋମ ଆଇସୋଲେସନରେ ଅଛନ୍ତି, ଆଉ ଯେଉଁମାନେ ମେଡିକାଲରେ ଆଡମିଟ ହେଉଛନ୍ତି ଓ ମେଜରିଟି ଡେଥ ମଧ୍ୟ କୋମଅର୍ବିଟ କଣ୍ଡିସନ ପାଇଁ ହୋଇଛି। କୋଭିଡ ପାଇଁ ମେଡିକାଲରେ ଆଡମିଟ ହେବା ବହୁତ କମ। ବଢ଼ିବ ନ ବଢ଼ିବ ଏବେ କହିହେବନି। ସ୍ଥିତି ଉପରେ ନଜର ରଖାଯାଇଛି। ଯଦି ବଢ଼େ, ତେବେ ଭୟାବହତା ଆଶଙ୍କା କମ୍।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।