ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଗାଁକୁ ନାହିଁ ରାସ୍ତା, ଆସିପାରିଲାନି ଆମ୍ବୁଲାନ୍ସ : ଭାରରେ ବୁହାହେଲେ ଗର୍ଭବତୀ

ରାୟଗଡା ୨୯।୧: ରାୟଗଡା ଜିଲ୍ଲା କାଶୀପୁର ବ୍ଲକ୍ ଅଞ୍ଚଳରେ ଦେଖିବାକୁ ମିଳିଛି ଜନନୀ ଯନ୍ତ୍ରଣାର ଦୃଶ୍ୟ । ଆମ୍ବୁଲାନ୍ସ ଅଭାବରୁ ଗର୍ଭବତୀ ମହିଳା ଭାରରେ ବୁହା ହୋଇ ପହଞ୍ଚିଛନ୍ତି ମେଡିକାଲରେ ।

ସୂଚନାଯୋଗ୍ୟ ଯେ, କାଶୀପୁର ବ୍ଲକ୍ ସିରିପିଇ ପଞ୍ଚାୟତ ଅନ୍ତର୍ଗତ ବଣ୍ଡାଦୋରା ଗ୍ରାମର ଲକ୍ଷ୍ମୀ ମାଝୀଙ୍କ ପ୍ରସବ ଯନ୍ତ୍ରଣା ହୋଇଥିଲା । ଏହାପରେ ସ୍ଥାନୀୟ ଅଞ୍ଚଳର ଆଶାକର୍ମୀ ଆମ୍ବୁଲାନ୍ସକୁ ସୂଚନା ଦେଇଥିଲେ । ଆମ୍ବୁଲାନ୍ସ ଆସିଥିଲେ ମଧ୍ୟ ରାସ୍ତା ନଥିବା ଯୋଗୁଁ ଗାଁରେ ପହଞ୍ଚି ନଥିଲା । ଫଳରେ ପରିବାରବର୍ଗ, ଆଶାକର୍ମୀ ଓ ଆମ୍ବୁଲାନ୍ସ କର୍ମଚାରୀ ଲକ୍ଷ୍ମୀଙ୍କୁ ଏକ ଖଟରେ ଭାର କରି ବୋହି ଆଣିଥିଲେ ।

ଦୀର୍ଘ ୭ କିଲୋମିଟର ଜଙ୍ଗଲ ଭିତରେ ବୁହାହୋଇ ଗର୍ଭବତୀ ମେଡିକାଲ ଆସିଥିଲେ । ପରେ ମାଣ୍ଡିବିସି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ସେଠାରେ ଲକ୍ଷ୍ମୀ ଗୋଟିଏ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ । ବର୍ତ୍ତମାନ ଉଭୟ ମା’ ଓ ଶିଶୁ ସୁସ୍ଥ ଥିବା ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ