ଅପରାଧ ରାଜ୍ୟ

ଗାଁ ମୁଣ୍ଡରୁ ମିଳିଲା ସୁମତୀଙ୍କ ମୃତଦେହ, ବୁଧବାରଠୁ ଥିଲେ ନିଖୋଜ

ରାଉରକେଲା ୨୧।୦୭ : ସୁନ୍ଦରଗଡ଼ ସାନଝରଣ ଗାଁ ନିକଟରୁ ଏକ ମୃତଦେହ ଠାବ । ମୃତକଙ୍କ ନାମ ସୁମତୀ ମୁଣ୍ଡା ବୋଲି ଜଣାପଡିଛି ।ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ସୁମତୀ ମୁଣ୍ଡା ବୁଧବାରଠୁ ନିଖୋଜ ଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି ପରେ ବି କୌଣସି ପତ୍ତାମିଳିନଥିଲା । ଶେଷରେ ଗୁରୁବାର ସକାଳୁ ସାନଝରଣ ନିକଟ ରାସ୍ତାରେ ସୁମତୀଙ୍କ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ଏହାପରେ ତୁରନ୍ତ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସେପଟେ ସୁମତୀଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ପରିବାର ପକ୍ଷରୁ ସନ୍ଦେହ କରାଯାଇଛି । ପୋଲିସ ତଦନ୍ତ ପରେ ହିଁ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ସ୍ଥାନୀୟ ଲୋକେ ଓ ପରିବାର ଆଶା ରଖିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।