ଲାଇଫ୍ ଷ୍ଟାଇଲ

ଗାଜର, ବିଟ୍ ଓ ସେଓ ଖାଇଲେ ହୁଏନାହିଁ ଏହି ସାଂଘାତିକ ରୋଗ

ଯଦି ଆପଣଙ୍କୁ ବାରମ୍ବାର ଥକ୍କାପଣ, ମୁଣ୍ଡ ବୁଲାଇବା, ଓଜନ ବଢିବା ଏବଂ ମାଂସପେଶୀ ଦୁର୍ବଳ ଲାଗିବା ଭଳି ସମସ୍ୟା ଦିଶୁଛି ତେବେ ଆପଣଙ୍କର ଥାଇରଏଡ୍ ଥାଇପାରେ ବୋଲି ଧରିନିଅନ୍ତୁ। ଏଭଳି ସମୟରେ ଫାଇବର୍ ଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା ଏହି ରୋଗରୁ ମୁକ୍ତି ମିଳିପାରିବ।
ଥାଇରଏଡ୍ ଭଳି ସମସ୍ୟାକୁ ନିଜଠାରୁ ଦୂରେଇବା ପାଇଁ ପ୍ରଚୁର ପରିମାଣର ଗାଜର ଖାଆନ୍ତୁ। ଗାଜରରେ ଆଣ୍ଟିଅକ୍ସିଡେଣ୍ଟସ୍ ଏବଂ ବିଟା କେରୋଟିନ୍ ତତ୍ତ୍ୱ ଥାଏ ଯାହା ଥାଇରଏଡ୍କୁ ନିୟନ୍ତ୍ରିତ କରିଥାଏ। ତେଣୁ ପ୍ରତିଦିନ ଗୋଟିଏ ଲେଖାଏ ଗାଜର ଖାଇଲେ ଥାଇରଏଡ୍ରୁ ମୁକ୍ତି ମିଳିବ। ଏଥିରେ ଆଇରନ୍ ଏବଂ ଫାଇବର ଅଧିକ ଥିବାରୁ ଥାଇରଏଡ୍ ପାଇଁ ବହୁତ ଭଲ ହୋଇଥାଏ। ଯଦି ଆପଣ ୨୦ ଦିନ ଲଗାତାର ଗାଜର ଖାଇବେ ତେବେ ଆପଣଙ୍କ ଥାଇରଏଡ୍ ସମସ୍ୟା ପ୍ରାୟ କମ୍ ହୋଇଯିବ।
ସେଓରେ ପେକ୍ଟିନ୍ ଏବଂ ଫାଇବର୍ ଥାଏ, ଯାହା ଶରୀରର ବିଷାକ୍ତ ପଦାର୍ଥକୁ ବାହାର କରିବାରେ ସଫଳ ହୋଇଥାଏ। ଦିନରେ ଗୋଟିଏ ବିଟ୍ ମଧ୍ୟ ଖାଇବାକୁ ଚେଷ୍ଟା କରନ୍ତୁ। ଏଥିରେ ଥାଇରଏଡ୍ କମ୍ କରିବାର ତତ୍ତ୍ୱ ଥାଏ। ଏଥିରେ ଇମ୍ୟୁନ୍ ସିଷ୍ଟମ୍ ବଢିଥାଏ ଏବଂ ଥାଇରଏଡ୍ ହରମୋନ୍ ନିୟନ୍ତ୍ରିତ ହୋଇଥାଏ।
ଯେଉଁ ଲୋକଙ୍କଠାରେ ଥାଇରଏଡ୍ ଭଳି ସମସ୍ୟା ଦେଖାଯାଏ ସେମାନେ ଆଖୁ ଖାଆନ୍ତୁ ନାହିଁ। ଥଣ୍ଡାପାନୀୟ, ଦହି, ଚକଲେଟ୍ , କୁକିଜ୍ , ପେଷ୍ଟ୍ରି ଆଦି ସେବନ କରନ୍ତୁ ନାହିଁ।
ଏହାଛଡ଼ା ଅଧିକ ଲୁଣ ଖାଇବା ଦ୍ୱାରା ମଧ୍ୟ ଥାଇରଏଡ୍ ଅଧିକ ବଢିଥାଏ। ଯଦି ଆପଣ ପୂର୍ବରୁ ଏହି ରୋଗରେ ପୀଡିତ ଅଛନ୍ତି ତେବେ ମିଠା, ଲୁଣି, ରାଗ ଅଧିକ ଖାଆନ୍ତୁ ନାହିଁ।

NewsLaxmi7

About Author

You may also like

ଲାଇଫ୍ ଷ୍ଟାଇଲ

ଭାତ ଖାଇ ଓଜନ ହ୍ରାସ କରନ୍ତୁ

ଆଜିକାଲି ଓଜନ ବଢିବା ଏକ ମୁଖ୍ୟ ସମସ୍ୟା ଭାବେ ଦେଖାଯାଉଛି । କେବଳ ବୟସ୍କ ବ୍ୟକ୍ତି ନୁହଁନ୍ତି ଅନେକ୍ କମ୍ ବୟସର ପିଲାଙ୍କ କ୍ଷେତ୍ରରେ ମଧ୍ୟ ଏହି
ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ