ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଗାଡି ମାଲିକଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଜଳେଶ୍ୱର ୨୧।୧୨: ଜାତୀୟ ରାଜପଥରେ ଗାଡି ମାଲିକଙ୍କୁ ଆକ୍ରମଣ । ବାଲେଶ୍ୱର ଜିଲ୍ଲା ୬୦ ନମ୍ବର ଜାତୀୟ ରାଜପଥ ଆମ୍ବଳିଅଠା ଛକ ନିକଟରେ କିଛି ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି । ସ୍ଥାନୀୟ ଲୋକେ ଗାଡି ମାଲିକନାରାୟଣ କରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ସେପଟେ ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ କରାଯାଇଛି ।

ଖବର ଅନୁଯାୟୀ, ସୋମବାର ଦିନ ସକାଳ ସମୟରେ ରାଜପଥରେ ଥିବା ତେଲ ଟାଙ୍କିକୁ ତେଲ ଆଣିବାକୁ ଆସିଥିବା ସମୟରେ ହଠାତ୍ ଆକ୍ରମଣର ଶିକାର ହୋଇଥିଲେ। ଏଥିରେ ଗାଡି ମାଲିକ ନାରାୟଣ କର ଗୁରୁତର ଅବସ୍ଥାରେ ପଡିରହିଥିବା ବେଳେ, ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଜଳେଶ୍ୱର ଡାକ୍ତରଖାନାରେ ଭର୍ତି କରିଥିଲେ । ନାରାୟଣ କରଙ୍କର ଅବସ୍ଥା ଗୁରୁତର ଥିବା ବେଳେ ଡ୍ରାଇଭର ସମେତ ଚାରି ଦୁର୍ବୁତ ଫେରାର ଥିବା ଜଣାପଡିଛି। ଜଳେଶ୍ଵର ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ