ଅପରାଧ ଦେଶ ବିଦେଶ

ଗୁଜୁରାଟରେ ବିଷାକ୍ତ ମଦ ପିଇ ୧୯ ମୃତ, ୪୦ରୁ ଅଧିକ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ ୨୬/୦୭: ଗୁଜୁରାଟର ବୋଟାଦ ଜିଲ୍ଲାରେ ରୋଜିଦ ଗାଁରେ ବିଷାକ୍ତ ମଦ ପିଇ ଏବେସୁଦ୍ଧା ୧୯ ଜଣଙ୍କ ମୃତ୍ୟୁ ହେଲାଣି । ୪୦ରୁ ଅଧିକ ବ୍ୟକ୍ତି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଅନେକଙ୍କ ଅବସ୍ଥା ଗୁରୁତର ରହିଛି । ଘଟଣା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୧୦ ଜଣଙ୍କୁ ଅଟକ ରଖିବା ସହ ପଚରାଉଚରା କରୁଛି ।

ଅନ୍ୟଦିଗରେ ଏସଆଇଟି ବ୍ୟତୀତ ଗୁଜୁରାଟ ଏଟିଏସ ଭିନ୍ନ ଭିନ୍ନ ଦିଗରୁ ମାମଲାର ତଦନ୍ତ କରୁଛି । ସେହିପରି ଭାବନଗର ଆଇଜି ଅଶୋକ ଯାଦବଙ୍କ କହିବାନୁସାରେ, ଦୋଷୀ ଖସି ପାରିବେନି । ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ଏହି ସବୁ ଗାଁରେ ଭାସୁଛି ବିଷାକ୍ତ ମଦ

କୁହାଯାଉଛି ଯେ, ବିଷାକ୍ତ ମଦ ପିଇ ରୋଜିନ୍ଦ, ଅଣିୟାଣି, ଆକରୁ, ଚନ୍ଦରବା ଓ ଉଞ୍ଚଡି ଗ୍ରାମବାସୀ ପ୍ରଭାବିତ ହୋଇଛନ୍ତି । ସେହିପରି ଅହମ୍ମଦାବାଦର ଧନ୍ଧୁକାରେ ବିଷାକ୍ତ ମଦ ପିଇ ଅନେକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ମଦ ବ୍ୟାନ ସତ୍ତ୍ୱେ ଆସୁଛି କେଉଁଠୁ

ଗୁଜୁରାଟରେ ମଦ ଉପରେ କଟକଣା ଲାଗିଛି । ଏହା ସତ୍ତ୍ୱେ ମଦ କେଉଁଠୁ ଆସୁଛି ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏବେ ପୋଲିସ ଏହି ମାମଲାରେ ମୁହଁ ଖୋଲୁନି । ୨୦୧୭ରୁ ରାଜ୍ୟରେ ମଦ ବିରୋଧରେ ଆଇନ ଅଛି । ଯଦି କେହି ବେଆଇନ ଭାବେ ବିକ୍ରି କରେ ତା ଉପରେ ୧୦ ବର୍ଷର ଜେଲ ଦଣ୍ଡ ଓ ୫ ଲକ୍ଷ ଟଙ୍କାର ଜରିମନା ଲାଗିପାରେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ