ଅପରାଧ ରାଜ୍ୟ

ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର

ରାୟଗଡ଼ା ୦୬।୧୦ : ରାୟଗଡ଼ା ଗୁମ୍ମା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ରାୟଗଡ଼ାରୁ କୋରାପୁଟ ଯିବା ସମୟରେ ଅଧାରାସ୍ତାରେ ଏକ ବାଇକ ଏବଂ ବୋଲେରୋ ମଧ୍ୟରେ ଧକ୍କା ହୋଇଥିଲା । ଯାହାଫଳରେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ମୃତକ ସ୍ୱାମୀ ହୋଇଥିବା ବେଳେ ସ୍ତ୍ରୀ ଓ ପୁଅ ଗୁରୁତର ଅଛନ୍ତି । ସେମାନଙ୍କୁ ତୁରନ୍ତ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଏବେ ଯାଏଁ ସେମାନଙ୍କ ପରିଚୟ ସ୍ପଷ୍ଟ ଭାବେ ମିଳିନାହିଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।