ରାଜ୍ୟ ସ୍ପେଶାଲ ରିପୋର୍ଟ

ଗୁରୁବାରଠୁ କୋଣାର୍କ ମହୋତ୍ସବ, ଉତ୍ସବମୁଖର ବେଳାଭୂମି

କୋଣାର୍କ ୦୧।୧୨ : ଗୁରୁବାରଠୁ ଆରମ୍ଭ ହେଉଛି କୋଣାର୍କ ଉତ୍ସବ ଓ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ । ଏଥିଲାଗି ଉତ୍ସବମୁଖର ହୋଇଉଠିଛି ପର୍ଯ୍ୟଟନସ୍ଥଳୀ କୋଣାର୍କ ଓ ଚନ୍ଦ୍ରଭାଗା ବେଳାଭୂମି । ପର୍ଯ୍ୟଟନ ବିଭାଗ, ପର୍ଯ୍ୟଟନ ଉନ୍ନୟନ ନିଗମ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ମୁକ୍ତାକାଶ ରଙ୍ଗମଞ୍ଚରେ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ, ଚନ୍ଦ୍ରଭାଗା ସ୍ୱର୍ଣ୍ଣାଭ ବେଳାଭୂମିରେ ବାଲୁକା କଳା ଉତ୍ସବ ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ରଙ୍ଗୀନ ହେବ ରଙ୍ଗମଞ୍ଚ ।

ନୃତ୍ୟଶିଳ୍ପୀ ଓ ଦର୍ଶକଙ୍କ ଅପେକ୍ଷାରେ ସଜେଇ ହେଉଛି ମୁକ୍ତାକାଶ ରଙ୍ଗମଞ୍ଚ । ରଙ୍ଗମଞ୍ଚ ପରିସରରେ ଛୋଟବଡ଼ ବୃକ୍ଷରାଜି, ରଙ୍ଗବେରଙ୍ଗର ଚାନ୍ଦୁଆ, ମାଠିଆ ଉପରେ ଚିତ୍ରକଳା ରାତିର ଶୋଭାକୁ ଅତ୍ୟନ୍ତ ଲୋଭନୀୟ କରୁଛି । ସନ୍ଧ୍ୟାରେ ଓଡ଼ିଶୀ, କଥକ, ମଣିପୁରୀ, ମୋହିନୀ ଆଟ୍ଟମ, ଭାରତନାଟ୍ୟମ୍‌ ଆଦି ନୃତ୍ୟ ପରିବେଷଣ ସହିତ ଚନ୍ଦ୍ରଭାଗା ବେଳାଭୂମିରେ ଦେଶ ବିଦେଶର ଶତାଧିକ ବାଲୁକା ଶିଳ୍ପୀ ବିଭିନ୍ନ ପ୍ରସଙ୍ଗରେ ସେମାନଙ୍କ କଳାକୃତି ପ୍ରଦର୍ଶନ କରିବେ । ସେହିଭଳି ଏହି ଅବସରରେ ହସ୍ତଶିଳ୍ପ ପ୍ରଦର୍ଶନୀ, ହେଲିପ୍ୟାଡରେ ଅପେରା, ମୀନା ବଜାର, ପୁସ୍ତକ ମେଳା, ସାହିତ୍ୟ ଆସର, ବେଳାଭୂମି ପଦଯାତ୍ରା, ଚିତ୍ରକଳା ପ୍ରତିଯୋଗିତା ଅନ୍ୟତମ ଆକର୍ଷଣ ହେବ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।